ନାବାଳିକା ବଳାତ୍କାର, ମହିଳା ନିର୍ଯାତିତାକୁ ନେଇ ସରକାରଙ୍କୁ ଟାର୍ଗେଟ୍‌: ଭାଜପା ମହିଳା ମୋର୍ଚ୍ଚାର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ମହିଳା ବିରୋଧୀ ହୋଇଥିବା ବେଳେ ସେମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଉନାହିଁ। ଶାସକ ଦଳ ନେତାଙ୍କ ଛତ୍ରଛାୟା ତଳେ ରହି ଅପରାଧୀମାନେ ମହିଳାଙ୍କୁ ସହ ନିର୍ଯାତନା ଦେଇ ଚାଲିଛନ୍ତି। ପ୍ରତିଦିନ ନାବାଳିକା ଓ ମହିଳାଙ୍କ ସହ ବଳାତ୍କାର ଓ ନିର୍ଯାତନା ହେବା ଘଟଣା ବିଭିନ୍ନ ଖବରକାଗଜରେ ପ୍ରକାଶ ପାଉଛି। ରାଜ୍ୟରେ ମହିଳାମାନେ ଏବେ ନିଜକୁ ଅସୁରକ୍ଷିତ ମଣୁଥିବା ବେଳେ ଆଇନ କାନୁନ ଏକ ପ୍ରକାର ଫେଲ ମାରିଛି। କଠୋର ଆଇନର ଅଭାବ ଏବଂ ଶାସକ ଦଳ ନେତାଙ୍କ ପୃଷ୍ଠପୋଷକତାରେ ଅପରାଧୀମାନେ ନିର୍ଭୀକ ଭାବେ ଅପରାଧ ଘଟାଇ ଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ଖୋଦ୍‌ ଗୃହ ବିଭାଗର ମୁଖ୍ୟ ଥାଇ ବି ପୀଡିତା ନାବାଳିକା ଓ ମହିଳା ତଥା ତାଙ୍କ ପରିବାରଙ୍କୁ ନ୍ୟାୟ ଦେଇ ପାରୁନାହାନ୍ତି। ଦୀର୍ଘ ୨୦ ବର୍ଷ ବିଜେଡି ଶାସନରେ ନାବାଳିକା ଓ ମହିଳା ଅଧିକ ନିର୍ଯାତିତା ହୋଇଛନ୍ତି। ଏହାର ପ୍ରତିବାଦରେ ବୁଧବାର ରାଜ୍ୟ ଭାଜପା ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକାଠି ହୋଇ ମାଷ୍ଟରକ୍ୟାଣ୍ଟିନଠାରେ ରାଜ୍ୟ ସରକାରଙ୍କ ମହିଳା ବିରୋଧୀ ନୀତି ବିରୋଧରେ ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ୨୦୧୯ରେ ପ୍ରଥମ ୫ ମାସରେ ୯୩୭ ବଳାତ୍କାର ମାମଲା ରୁଜୁ ହୋଇଛି ବୋଲି ଶାସକ ଦଳ ପକ୍ଷରୁ ବିଧାନସଭା ପ୍ରଶ୍ନର ଉତ୍ତରରେ ରଖାଯାଇଛି। ବିଶେଷକରି ରାଜ୍ୟରେ ନାବାଳିକାଙ୍କ ସହ ବଳାତ୍କାର ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଚିନ୍ତା ନ କରି ବିଧାନସଭା ଗୃହରେ ଓଲଟା ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରହିଛି କହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ସେହିପରି ଚଳିତବର୍ଷ ପ୍ରଥମ ୩ ମାସରେ ୬୦୨ ଶିଶୁ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୫୦୨ ଜଣ ହେଉଛନ୍ତି ନାବାଳିକା। ଏବେ ସୁଦ୍ଧା ୪୨୩ ଜଣ ନାବାଳିକାଙ୍କ ସନ୍ଧାନ ମିଳିନାହିଁ। ମା’ଙ୍କୁ ସମ୍ମାନର ନାରା ଦେଉଥିବା ସରକାର ଆଜି ସେମାନଙ୍କୁ ସୁରକ୍ଷା ଦେଇପାରୁନାହିଁ। କ୍ଷମତା ଲୋଭରେ ମୁଖ୍ୟମନ୍ତ୍ରୀ କେବଳ ଗାଦି ମାଡି ବସିଛନ୍ତି ବୋଲି ଡ. ସାମନ୍ତସିଂହାର ଅଭିଯୋଗ କରିଛନ୍ତି। ଏହି ପ୍ରତିବାଦ ସଭାରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, କାନନବାଳା ପଟ୍ଟନାୟକ, ନିୟତି ଗିରି, ରଶ୍ମିରେଖା ଦାସ, ସୋନାଲି ସାହୁ, ଇରାନୀ ରାୟ, ମାନସୀ ମଞ୍ଜରୀ ରାୟଙ୍କ ସମେତ ଶତାଧିକ ମହିଳା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri