ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
ସଦର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ଘରେ କେହି ନ ଥିବାବେଳେ ବେଢ଼ପଛ ଅରାଡ଼ ଗ୍ରାମର ବୁଦ୍ଧିଆ ସିଂ (୨୮) ତାଙ୍କ ଘରେ ଭିତରେ ପଶି ବଳାତ୍କାର କରିଥିଲେ। ପୀଡ଼ିତାଙ୍କ ବଡ଼ଭଉଣୀ ଖବରପାଇ ପହଞ୍ଚି ସାନଭଉଣୀଙ୍କୁ ଉଦ୍ଧାର କରିବା ସହ ଘଟଣା ସମ୍ପର୍କରେ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ସଦର ଥାନାରେ ମାମଲା (ନଂ. ୩୪୫/୧୮) ରୁଜୁ କରାଯାଇ କୋର୍ଟରେ ବିଚାରାଧୀନ ଥିଲା। ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଏହି ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri