ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭-୯:ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ କ୍ଷେତ୍ରରେ ଅଧିକ ୬ ମାସ ଜେଲ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରଛନ୍ତି। ଅଭିଯୁକ୍ତ ଜଣକ ହେଲେ ରାଇକିଆ ଥାନା ଅଞ୍ଚଳର ମନେନ୍ଦ୍ର ଦିଗାଲ।
୨୦୧୬ ନଭେମ୍ବର ୧୬ ତାରିଖରେ ରାଇକିଆ ଥାନା ଅଞ୍ଚଳର ନାବାଳିକା (୭ ବର୍ଷ) ଜଣକ ସ୍କୁଲରୁ ଫେରି ପାଖ ଘରକୁ ଟିଭି ଦେଖିବାକୁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ଝିଅ ନ ଫେରିବାରୁ ମା’ ସେଠାକୁ ଯାଇଥିଲେ ା ଝିଅକୁ ନ ପାଇ ସେଠାରୁ ନଦୀ ଆଡ଼େ ଖୋଜିବାକୁ ଯାଇଥିଲେ। ବାଟରେ ମନେନ୍ଦ୍ରକୁ ଦେଖି ଝିଅ ସମ୍ପର୍କରେ ପଚାରିବାରୁ ଆମେ କାଠ ଗୋଟାଇବାକୁ ଯାଇଥିଲୁ ବୋଲି ସେ କହିଥିଲେ। ମା’ଙ୍କ ପାଟି ଶୁଣି ନାବାଳିକା ଜଣକ କାନ୍ଦି କାନ୍ଦି ସେଠାରେ ପହଞ୍ଚିଥିଲେ। ମନେନ୍ଦ୍ର ତାଙ୍କୁ ନଦୀ ଆଡ଼େ ଡାକି ନେଇ ବଳାତ୍କାର କରିଥିବା ଓ ଏ ସମ୍ପର୍କରେ କାହାକୁ କହିଲେ ଜୀବନରେ ମାରି ଦେବେ ବୋଲି ଧମକ ଦେଇଥିବା ନାବାଳିକା ଜଣକ ଘରକୁ ଆସିବା ପରେ ମା’ଙ୍କୁ କହିଥିଲେ। ଘଟଣା ପରଦିନ ଏ ନେଇ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୧୧/୧୬ରେ ଏକ ମାମଲା ରୁଜୁ କରି ମନେନ୍ଦ୍ରଙ୍କୁ କୋର୍ଟଚାଲାଣ କରିଥିଲା। ଉପଯୁକ୍ତ ସାକ୍ଷ୍ୟପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri