Posted inଭଦ୍ରକ

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଭଦ୍ରକ ଅଫିସ, ୫।୧୦ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମିରମହଲା ଅଞ୍ଚଳର ଶେଖ୍‌ ଇକ୍‌ବାଲଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡ ଶୁଣାଣି କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ।
ପ୍ରକାଶ ଯେ, ଭଦ୍ରକ ପୁରୁଣାବଜାର ଥାନା ଅଧୀନ ମିରମହଲା ଗ୍ରାମର ଶେଖ୍‌ ଇକ୍‌ବାଲ ୨୦୧୬ ଡିସେମ୍ବର ୨୯ରେ ନବମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ। ପରେ ନାବାଳିକା ଜଣଙ୍କ ଗର୍ଭବତୀ ହୋଇଥିଲେ। ଡାକ୍ତରୀ ପରୀକ୍ଷାରୁ ପରିବାର ଲୋକ ଏ କଥା ଜାଣିବା ପରେ ବଳାତ୍କାର ନେଇ ପୁରୁଣାବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏ ନେଇ ଥାନାରେ ଏକ ମାମଲା(ନଂ.୨୦୪/୧୬) ରୁଜୁ କରିଥିଲା। ୨୦୧୭ ଜାନୁୟାରୀ ୩ରେ ଇକ୍‌ବାଲ୍‌ଙ୍କୁ ପୋଲିସ ଗିରଫ କରି ତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ୧୭ ଜଣଙ୍କ ବୟାନକୁ ଭିତ୍ତିକରି କୋର୍ଟ ଏହି ରାୟ ଶୁଣାଣି କରିଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସରକାରୀ ଓକିଲ ମନୋରଞ୍ଜନ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri