ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମଣ୍ଟୁ ଓରଫ କିଶୋର କୁମାର ସିଂ(୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ହେଲେ ଅଧିକ ଏକ ବର୍ଷ ଜେଲ ଭୋଗିବାକୁ ପଡ଼ିବ ବୋଲି ଅତିରିକ୍ତ ଜିଲା ଓ ଦୌରା ଜଜ୍ ସୁରେଶ କୁମାର ପ୍ରଧାନ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲାରୁ ପ୍ରକାଶ ଯେ, ତାଳଚେର ବିକ୍ରମପୁର ଥାନା ଅଞ୍ଚଳର ଜନୈକା ନାବାଳିକା ଜଣେ ସମ୍ପର୍କୀୟାଙ୍କ ଘରକୁ ଯାଇଥିଲେ। ସମ୍ପର୍କୀୟାଙ୍କ ଛୋଟ ପିଲା ଥିବାରୁ ସେମାନଙ୍କୁ ଦେଖାଶୁଣା କରିବାକୁ କହି ସେ ନାବାଳିକାଙ୍କୁ ସାଙ୍ଗରେ ନେଇଥିଲେ। ହେଲେ ସମ୍ପର୍କୀୟା ବାହାରକୁ କାମ କରିବାକୁ ପଳାଇଯାଇଥିବାର ସୁଯୋଗ ନେଇ ତାଙ୍କ ଭାଇ ମଣ୍ଟୁ ଓରଫ କିଶୋର କୁମାର ସିଂ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକା ଜଣଙ୍କ ଏହା ପ୍ରଘଟ କରିଦେବେ ବୋଲି କହିବାରୁ ଅଭିଯୁକ୍ତ ମଣ୍ଟୁ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇଥିଲେ। ଏହାପରଠାରୁ ଅଭିଯୁକ୍ତ ତାଙ୍କ ସହିତ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ତେବେ ମଣ୍ଟୁଙ୍କ ବିବାହ ଅନ୍ୟତ୍ର ସ୍ଥିର ହୋଇଥିବା ଜାଣି ନାବାଳିକା ଏ ନେଇ ଅଭିଯୁକ୍ତଙ୍କୁ ପଚାରିଥିଲେ। ମଣ୍ଟୁ ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ଏହାପରେ ସମ୍ପୃକ୍ତା ସମ୍ପର୍କୀୟା ଓ ଅଭିଯୁକ୍ତ ମାଡ଼ ମାରିଥିବା ନେଇ ନାବାଳିକା ୨୦୧୭ ଜାନୁୟାରୀ ୨୮ରେ ବିକ୍ରମପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତ ମଣ୍ଟୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୯ ଜଣଙ୍କ ସାକ୍ଷ୍ୟପ୍ରମାଣଙ୍କୁ ଭିତ୍ତିକରି ଅତିରିକ୍ତ ଜିଲା ଓ ଦୌରାଜଜ୍ ଅଭିଯୁକ୍ତ ମଣ୍ଟୁକୁ ଦୋଷୀ ସାବ୍ୟସ୍ତ କରିଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ସରୋଜ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ
ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…
ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍ ପଛରେ ପିଟିହେଲା କାର୍, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…
ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
Archives

