ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲା,ଦୋଷୀଙ୍କୁ ୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୧୧: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲାର ବିଚାର କରି ବାଲେଶ୍ୱର ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ଜଜ୍‌ ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ଅଭିଯୁକ୍ତ ଯୁବକ ହେଲେ ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ମନୁନଗର ଅଞ୍ଚଳର ଉପେନ୍ଦ୍ର ପାଳ ।
ଉପେନ୍ଦ୍ର ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ କୌଶଳକ୍ରମେ ଉଠାଇ ତାଙ୍କୁ ବ୍ଲାକମେଲ୍‌ କରିବା ସହ ଭିନ୍ନ ଭିନ୍ନ ସ୍ଥାନକୁ ଡାକି ଅନିଚ୍ଛା ସତ୍ତ୍ୱେ ଶାରୀରିକ ସମ୍ପର୍କ ରଖିଆସୁଥିଲେ। ଏହି ଘଟଣା ପରିବାର ଲୋକେ ଜାଣିବା ପରେ ଉପେନ୍ଦ୍ର ଓ ତାଙ୍କ ପରିବାର ସହ ଆଲୋଚନା କରିଥିଲେ। ହେଲେ ଏହାର ସମାଧାନ ହୋଇପାରି ନ ଥିଲା। ଅନ୍ୟପକ୍ଷରେ ଉପେନ୍ଦ୍ର ନାବାଳିକାଙ୍କ ପରିବାର ଲୋକଙ୍କୁ ଧମକ ଦେବା ସହ ଗାଳିଗୁଲଜ କରିଥିଲେ। ନାବାଳିକାଙ୍କ ସମ୍ପର୍କୀୟଙ୍କୁ ଅଶ୍ଳୀଳ ଫଟୋ, ଭିଡ଼ିଓ ଏବଂ ରେକର୍ଡ଼ିଂ ହ୍ବାଟସ୍‌ଅପ୍‌ରେ ପଠାଇବା ସହ ନିଜ ଫେସବୁକ୍‌ରେ ଅପଲୋଡ୍‌ କରିଥିଲେ। ଏହାପରେ ବାଧ୍ୟ ହୋଇ ପରିବାର ଲୋକେ ୨୦୧୬ ଫେବୃୟାରୀ ୯ ତାରିଖରେ କମର୍ଦ୍ଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କମର୍ଦ୍ଦା ଥାନାରେ ମାମଲା (ନଂ. ୬/୧୬) ରୁଜୁ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri