ଜଗତ୍ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା ଥାନା ଅନ୍ତର୍ଗତ ଚଷାପଡ଼ାର ବୋଲି ଜଣାପଡ଼ିଛି। ଯୁବକ ଜଣଙ୍କ ଥାନା ଅଧୀନ ବରିପଡ଼ାର ବିରଜା ପ୍ରସାଦ ସ୍ବାଇଁ। ନାବାଳିକା ତାଙ୍କ ଘରେ ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ବିରଜାଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟା ରୂପ ଦେବା ପାଇଁ ଗଛରେ ଝୁଲାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମୃତ୍ୟୁ ଉପରେ ଜଗତ୍ସିଂହପୁର ଥାନାରେ ଅପମୃତ୍ୟୁ ମାମଲା ନଂ-୮/୨୦ରୁଜୁ ହୋଇଛି। ବିରଜାଙ୍କ ବାପା ଉପେନ୍ଦ୍ରଙ୍କ ଅଭିଯୋଗ ଉପରେ ପୋଲିସ ଦଫା ୩୦୨/୨୦୧ ଆଇପିସିରେ ମାମଲା ସଂଖ୍ୟା ୫୩/୨୦ ରୁଜୁ କରି ତଦନ୍ତ ଜାରି ରଖିଛି।
ଏସମ୍ପର୍କରେ ଥାନା ଆଇଆଇସି ରଜନୀକାନ୍ତ ମିଶ୍ର କହିଛନ୍ତି, ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଥିବା ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ଯେହେତୁ ନାବାଳିକା ବଞ୍ଚତ୍ଥିଲେ ତେଣୁ ପରିବାର ଲୋକେ ତାଙ୍କୁ ସଙ୍ଗେସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟ ନେଇ ଯାଇଥିଲେ। କିନ୍ତୁ ଚିକିତ୍ସାଳୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମାତ୍ର ନାବାଳିକାଙ୍କ ମୃତଦେହକୁ ତାଙ୍କ ଘର ଲୋକେ ବ୍ୟବଚ୍ଛେଦ ନ କରି ଗାଁକୁ ନେଇ ଯାଇଥିଲେ। ପରବର୍ତ୍ତୀ ସମୟରେ ପୋଲିସ ନାବାଳିକାଙ୍କ ମୃତଦେହ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟ ନେଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସେହିପରି ବିରଜାଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଅଭିଯୋଗ କଲାପରେ ଏହି ମାମଲାର ଗମ୍ଭିରତା ବଢିଯାଇଛି। ବିରଜାଙ୍କ ବାପା କରିଥିବା ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ବିରଜା ଘରକୁ ଫେରି ନ ଥିଲେ। ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା କିଛି ସୂଚନା ମିଳି ନ ଥିଲା। କିନ୍ତୁ ମଙ୍ଗଳବାର ସକାଳୁ ଖବର ମିଳିଲା ଯେ, ଗାଁଠାରୁ କିଛି ଦୂର ପଳାସ ଦଣ୍ଡାରେ ବିରଜାଙ୍କ ମୃତଦେହ ଝୁଲୁଛି। ତେଣୁ ବିରଜା ଆତ୍ମହତ୍ୟା ନୁହେଁ, ତାଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ସନ୍ଦେହ କରୁଛନ୍ତି। ଯେଉଁ କାରଣରୁ ବିରଜାଙ୍କ ବାପା ହତ୍ୟା ଅଭିଯୋଗ କରିଛନ୍ତି। ତାଙ୍କ ବାପା କହିଛନ୍ତି, ବରିପଡ଼ାର ଜଣେ ଝିଅକୁ ବିରଜା ଭଲ ପାଉଥିଲେ। କିନ୍ତୁ ଏବେ ସମ୍ପୃକ୍ତ ଝିଅ ଜଗତ୍ସିଂହପୁରର ଆଉ ଜଣେ ପୁଅକୁ ଭଲ ପାଉଛନ୍ତି। ଏହି ଭଲ ପାଇବାକୁ ନେଇ କିଛି ଦିନ ପୂର୍ବରୁ ଜଗତ୍ସିଂହପୁର ମକର ମେଳାରେ ବିରଜା ଓ ଜଗତ୍ସିଂହପୁରର ପୁଅ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ତେଣୁ ବିରଜାଙ୍କୁ ଜଗତ୍ସିଂହପୁରର ଏହି ପୁଅ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। କିନ୍ତୁ ନାବାଳିକା ଓ ବିରଜା ଉଭୟ ଆତ୍ମହତ୍ୟା କରିଥିବା ସାଧାରଣରେ ଆଲୋଚନା ଚାଲିଛି। ଅଧିକ ତଦନ୍ତ ପରେ ସତ୍ୟାସତ୍ୟ ପଦାକୁ ଆସିବ ବୋଲି ଥାନା ଆଇଆଇସି ପ୍ରକାଶ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଜଗତ୍ସିଂହପୁର, ରାଜ୍ୟ View All
ଆମେରିକା ଗୋଟିଏ ରାତିରେ ଇରାନ୍କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…
ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍କୁ ଧ୍ୱଂସ…
ବିରୋଧୀଙ୍କୁ ଝଟ୍କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ
ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
Archives

