ନାବାଳିକାଙ୍କ ଭିଡିଓ ଭାଇରାଲ, ୩ ଗିରଫ

ଆସିକା,୧୯ା୬(ଡି.ଏନ୍‌.ଏ.) -ଆସିକା ଥାନା ଇଲାକାରେ ଜଣେ ନାବାଳିକାଙ୍କ ଭିଡିଓ ଭାଇରାଲ୍‌ ଅଭିଯୋଗରେ ପୋଲିସ ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଏନ୍‌ଏସି ଅଞ୍ଚଳର ପରବେଶ୍‌ ଖାନ୍‌, ତାଙ୍କ ଭାଇ ସମସେର୍‌ ଖାନ୍‌ ଓ ବିନାୟକ ମହାପାତ୍ର। ପରବେଶ୍‌ ଏହି ମାମଲାର ମୁଖ୍ୟଅଭିଯୁକ୍ତ ବୋଲି ପୋଲିସ କହିଛି। ନାବାଳିକାଙ୍କ ପରିବାରକୁ ପୋଲିସରେ ଅଭିଯୋଗ ନଦେବା ଓ ଗାଁ ଛାଡି ଚାଲିଯିବା ଲାଗି ଧମକ ଦେଇଥିବା ଅଭିଯୋଗରେ ସମ୍‌ସେର୍‌ ଓ ବିନାୟକ ଗିରଫ ହୋଇଥିବା ପୋଲିସ ସୂଚନା ଦେଇଛି। ଅଭିଯୁକ୍ତ ପରବେଶ୍‌ ସମ୍ପୃକ୍ତ ନାବାଳିକାଙ୍କୁ ବିବାହଲାଗି ବାଧ୍ୟ କରିଥିଲେ। ସେ ମନା କରିବାରୁ ତାଙ୍କ ସହ ଉଠାଇଥିବା କିଛି ଆପତ୍ତିଜନକ ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ କରିଥିଲେ। ଘଟଣାପରେ ନାବାଳିକାଙ୍କ ମା’ ଆସିକା ଥାନାରେ ସୋମବାର ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତିକରି ନଂ.୧୯୨/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ବୁଧବାର ଅଭିଯୁକ୍ତଙ୍କୁ ବ୍ରହ୍ମପୁରସ୍ଥିତ ଅତିରିକ୍ତ
ଜିଲାଜଜ୍‌ କୋର୍ଟକୁ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?