ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଥାନାରେ ଥିବା ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କୁ ନେଇ ଗଠିତ ୫ ଜଣିଆ ସ୍କ୍ବାଡ୍‌ ଗଠିତ ହୋଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ ମଙ୍ଗଳବାରରୁ ବ୍ରହ୍ମପୁର ପୋଲିସ ଜିଲାରେ ଆରମ୍ଭ ହୋଇଛି। ତୃତୀୟ ଦିନରେ ଏହି ସ୍କ୍ବାଡ୍‌ ଉଭୟ ଟାଉନ ଥାନା ଓ ବଡବଜାର ଥାନା ଅନ୍ତର୍ଗତ ଗିରିଜା ଛକ, ଗୌତମ ସିନେମା ହଲ ରୋଡ, ଅନ୍ନପୂର୍ଣ୍ଣା ମାର୍କେଟ, ଅମିତ ହସ୍‌ପିଟାଲ ରୋଡ, ଏସ୍‌ଏନ୍‌ଟି ରୋଡ, ଫାଷ୍ଟ ଗେଟ, ଆସ୍କା ରୋଡ, କେଏମ୍‌ଆର ପ୍ଲାଜା, ବଡ ବଜାର, ସାନ ବଜାର ନିକଟରେ ଥିବା ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ଔଷଧ ଦୋକାନରେ ଚଢାଉ କରିଥିଲା। ସେଠାରେ ଅତି ବିପଜ୍ଜନକ ଓ ଅସ୍ବାସ୍ଥ୍ୟକର ପରିବେଶରେ କାମ କରୁଥିବା ୨୦ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି ବୋଲି ବ୍ରହ୍ମପୁର ଶ୍ରମ ଜିଲା ଅଧିକାରୀ ବାବୁ ଚରଣ ପାତ୍ର ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ଥିବା ସେ କହିଛନ୍ତି। ସେମାନଙ୍କୁ ଏବେ କାଉନ୍‌ସେଲିଂ ପାଇଁ ଶିଶୁ ମଙ୍ଗଳ କମିଟି ନିକଟକୁ ପଠାଇ ଦିଆଯାଇଛି।
ମଙ୍ଗଳବାର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ୭ ଶିଶୁ ଶ୍ରମିକ ଉଦ୍ଧାର ହୋଇଥିବା ବେଳେ ବୁଧବାର ଗୋଷାଣୀନୂଆଗଁା ଅଞ୍ଚଳରୁ ୬ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିଲା। ଏହା ଆସନ୍ତା ୨୯ ତାରିଖ ଯାଏ ବ୍ରହ୍ମପୁର ପୋଲିସ ଜିଲାର ୧୦ ଥାନା ଅନ୍ତର୍ଗତ ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ, ଫାଷ୍ଟଫୁଡ଼ ଦୋକାନରେ ଚଢାଉ ଜାରି ରଖିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?