ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୯ା୧୧: ଦରଘାବଜାର ଥାନା ଅଞ୍ଚଳରେ ୨୦୧୪ରେ ଘଟିଥିବା ନାବାଳିକା ବଳାତ୍କାର ଓ ଅନ୍ତଃସତ୍ତ୍ୱା ଘଟଣାରେ କଟକ ତୃତୀୟ ଅତିରିକ୍ତ ସେସନ ଜଜ୍‌ ତଥା ପୋକ୍ସୋ ଅଦାଲତଙ୍କ ଜଜ୍‌ ବନ୍ଦନା କର ଜଣେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଣ ଦେଇଛନ୍ତି। ଅଭିଯୁକ୍ତ ହେଲେ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ଜିଲା ପଟାଶପୁର ଥାନା ଅଞ୍ଚଳର ଉଜିର ଖାନ୍‌(୫୩)। ଜରିମାନା ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୧ ବର୍ଷ ଜେଲ୍‌ ଭୋଗିବାକୁ ପଡ଼ିବ। ସେହିପରି ଆଇପିସି ଧାରା ୫୦୬ ଅନୁଯାୟୀ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ୍‌ ଓ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ହୋଇଛି। ଜରିମାନା ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୬ମାସ ଜେଲ୍‌ ଭୋଗିବାକୁ ପଡ଼ିବ। ତେବେ ଉଭୟ ଦଣ୍ଡ ଅଭିଯୁକ୍ତ ଏକାସଙ୍ଗରେ ଭୋଗିବେ ବୋଲି ଅଦାଲତ ରାୟରେ ସ୍ପଷ୍ଟ କରିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଦରଘାବଜାର ଅଞ୍ଚଳର ପୀଡ଼ିତାଙ୍କ ଘରେ ଉଜିର ଭଡ଼ାସୂତ୍ରରେ ରହି ସ୍କ୍ରାପ ବ୍ୟବସାୟ କରୁଥିଲେ। ସେ ବିଭିନ୍ନ ସମୟରେ ପୀଡ଼ିତାଙ୍କୁ ପାନ ଆଣିବା ପାଇଁ ସ୍ଥାନୀୟ ଦୋକାନକୁ ପଠାଇଥାନ୍ତି। ଏହାର ଫାଇଦା ଉଠାଇ ସେ ତାଙ୍କୁ ବଳାତ୍କାର କରିଥିଲେ। ଏ ସମ୍ପର୍କରେ କାହାକୁ କହିଲେ ସେ ତାଙ୍କୁ ଓ ତାଙ୍କ ମାତାପିତାଙ୍କୁ ହତ୍ୟା କରି ପଶ୍ଚିମବଙ୍ଗ ପଳାଇବେ ବୋଲି ଧମକ ଦେଇଥିଲେ। ସେହିପରି ପୀଡ଼ିତାଙ୍କ ନଗ୍ନଫଟୋ ଉଠାଇ ଉଜିର ତାଙ୍କୁ ବାରମ୍ବାର ବଳାତ୍କାର କରିବା ସହ ଅନ୍ତଃସତ୍ତ୍ବା କରି ଦେଇଥିଲେ। ତେବେ ଘଟଣା ସମ୍ପର୍କରେ ନାବାଳିକାଙ୍କ ମାତାପିତା ଜାଣିବା ପରେ ଉଜିର କଟକ ଛାଡ଼ି ଫେରାର ହୋଇଯାଇଥିଲେ। ଏ ନେଇ ନାବାଳିକାଙ୍କ ମା’ କଟକ ମହିଳା ଥାନାରେ ଅଭିଯୋଗ କରିଥିଲେ। ପରେ ଏହି ଅଭିଯୋଗରେ ଅଦାଲତ ମୋଟ୍‌ ୧୪ଜଣଙ୍କ ସାକ୍ଷ୍ୟ ଗ୍ରହଣ କରିବା ସହ ଡାକ୍ତରୀ ରିପୋର୍ଟ ତଥା ପାରିପାଶ୍ୱିକ ସ୍ଥିତିକୁ ବିଚାର କରି ଅଭିଯୁକ୍ତଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri