ନାବାଳିକାଙ୍କୁ ଅପହରଣ କରି ବିବାହ ଘଟଣା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ରୂପ୍‌ସା,୫।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିବା ଅଭିଯୋଗରେ ସିଂଲା ଥାନା ପୋଲିସ ଶୁକଦେବ ମଲିକ (୩୦)ଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁ ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।
ଅଭିଯୁକ୍ତ ଶୁକଦେବ ଉକ୍ତ ନାବାଳିକାଙ୍କୁ ଅପହରଣ କରି ଚନ୍ଦନେଶ୍ୱର ସ୍ଥିତ ଏକ ମନ୍ଦିରରେ ବିବାହ କରିଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୨୮/୨୦) ରୁଜୁ କରି ତଦନ୍ତ ଜାରି ରଖିଥିଲା। ନାବାଳିକା ସ୍ତ୍ରୀକୁ ନେଇ ଶୁକଦେବ ମହାପଦା ଗାଁ ବାସଭବନରେ ରହୁଥିବା ଖବରପାଇ ଆଇଆଇସି ପ୍ରଶାନ୍ତ କୁମାର ଜେନା ସଦଳବଳ ଚଢ଼ାଉ କରିଥିଲେ। ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଉଭୟଙ୍କୁ ବାଲେଶ୍ୱର କୋର୍ଟରେ ହାଜର କରାଯାଇ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ ହୋଇଥିଲା। ଏହାପରେ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri