ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ୪ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଜଣେ ନାବାଳିକାଙ୍କୁ ଅପହରଣ କରିବା ପରେ ବଳାତ୍କାର କରିବା ମାମଲାର ୪ବର୍ଷ ପରେ ନୟାପଲ୍ଲୀ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ୟୁନିଟ୍‌-୮ କ୍ୟାରମ୍‌ଫିଲ୍ଡ ବସ୍ତିର ଗଣେଶ ସେଠୀ(୨୨)। ତାଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ କରାଯାଇଛି।

ପୋଲିସ ସୂଚନା ଅନୁଯାୟୀ, ୨୦୧୫ରେ ଉକ୍ତ ନାବାଳିକାଙ୍କୁ ଅଭିଯୁକ୍ତ ଗଣେଶଙ୍କ ଭାଇ ଏକ ତରଫା ଭଲ ପାଉଥିଲେ। ତାଙ୍କୁ ବାରମ୍ବାର ହଇରାଣ କରିବା ସହ ଉଠାଇନେବାକୁ ଧମକ ଦେଉଥିଲେ। ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଗଣେଶ ଓ ତା’ର ଭାଇ ନାବାଳିକାଙ୍କୁ ଅପହରଣ କରି ନେଇ ଭୁବନେଶ୍ୱରର ଏକ ବସ୍ତିରେ ରଖି ବଳାତ୍କାର କରିଥିଲେ। ନାବାଳିକାଙ୍କୁ ନ ପାଇବାରୁ ପରିବାର ଲୋକେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଟିମ୍‌ ଉକ୍ତ ବସ୍ତିରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରିବା ସହ ଗଣେଶଙ୍କ ଭାଇଙ୍କୁ ଗିରଫ କରିଥିଲା। ଉକ୍ତ ନାବାଳିକାଙ୍କୁ ସେମାନେ ଜବରଦସ୍ତ ଅନୈତିକ କାର୍ଯ୍ୟରେ ଲଗାଉଥିଲେ। ନାବାଳିକା ଜଣକ ପୋଲିସ ଆଗରେ ଏକଥା କହିବା ପରେ ଗଣେଶ ଫେରାର ହୋଇଯାଇଥିଲେ। ସେ କିଛିଦିନ ବାହାରେ ରହିବା ପରେ କ୍ୟାରମଫିଲ୍ଡ ଅଞ୍ଚଳରେ ଥିବା ଘରେ ଆସି ରହୁଥିଲେ। ଇତିମଧ୍ୟରେ ଘଟଣା ସମୟରେ ଥାନାରେ ଥିବା ଅଧିକାରୀଙ୍କ ବଦଳି ହୋଇଯାଇଥିବାରୁ ଉକ୍ତ ମାମଲାକୁ ଆଉ ଗୁରୁତ୍ୱ ଦିଆଯାଇ ନ ଥିଲା। ଗତ ୩ମାସ ହେବ ଏହି ଥାନାଞ୍ଚଳରେ ରହୁଥିବା ଜଣେ ଆଇଏଏସ୍‌ ଅଫିସରଙ୍କ ଘରୁ ଚୋରି ମାମଲାରେ ପୋଲିସ ଗଣେଶଙ୍କ ଭାଇ ଓ ଅନ୍ୟ ଦୁଇଜଣଙ୍କୁ ଗିରଫ କରି ପଚରାଉଚରା କରିଥିଲା। ଏହି ସମୟରେ ଗଣେଶଙ୍କ ନାମରେ ବଳାକତ୍ାର ମାମଲା ରହିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri