ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର ମନୋଜ ଖମାରୀ (୨୧)ଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଥିଲା ା ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ା ଏ ସଂକ୍ରାନ୍ତରେ ଅଧିକ ତଦନ୍ତ ଚାଲଛି ବୋଲି ପୋଲିସ କହିଛି ା
ପୋଲିସ ସୂଚନା ଅନୁଯାୟୀ, ମନୋଜ ଧଅଁରପୁର ଗ୍ରାମରେ ଥିବା ତାଙ୍କ ସମ୍ପର୍କୀୟ ଘରେ କିଛିଦିନ ରହିଥିଲେ ା ଏହି ସମୟରେ କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ବିବାହର ପ୍ରତିଶ୍ରୁତି ଦେଇ ସେ ଗତ ୭ ତାରିଖ ରାତିରେ ସମ୍ପୃକ୍ତା ନାବାଳିକାଙ୍କୁ ନିଜ ବାଇକ୍‌ରେ ବସାଇ ଛତିଶଗଡ଼ର ବରେଇଗାଁକୁ ନେଇଯାଇଥିଲେ ା ସେଠାରେ ତାଙ୍କୁ ବଳାତ୍କାର କରିଥିଲେ ା ରାତିରେ ପରିବାର ଲୋକେ ଝିଅକୁ ବହୁ ଖୋଜିଥିଲେ ମଧ୍ୟ ପାଇ ନ ଥିଲେ ା ଏ ନେଇ ୮ ତାରିଖରେ ମନୋଜ ତାଙ୍କ ନାବାଳିକା ଝିଅକୁ ଅପହରଣ କରି ନେଇଥିବା ପରିବାର ଲୋକେ କୋକସରା ଥାନାରେ ଅଭିଯୋଗ କରିଥିଲେ ା ପୋଲିସ ତନାଘନା ଆରମ୍ଭ କରିଥିଲା ା ଶେଷରେ ପୋଲିସ ଛତିଶଗଡ଼ର ବରେଇ ଗାଁରେ ଚଢ଼ାଉ କରି ମନୋଜ ଓ ନାବାଳିକାଙ୍କୁ ଉଦ୍ଧାର କରିଥିଲା ା ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୧୪୦/୨୦) ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri