ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ: ଗଣମାଧ୍ୟମର ସହାୟତା ନେଲେ ପରିବାର ଲୋକେ

ବାଲେଶ୍ୱର ଅଫିସ, ୨୨।୧୧-ବାଲେଶ୍ୱର ଜିଲା ସୋର ରଘୁନାଥପୁର ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାକେନ୍ଦ୍ରର ଛାତ୍ରୀନିବାସରେ ରହି ପାଠ ପଢୁଥିବା ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ବିଦ୍ୟାଳୟର ୪ଜଣ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ସୋର ଥାନାରେ ଏକ ବଳାତ୍କାର ମାମଲା(ନଂ. ୫୭୬/୧୯)ରୁଜୁ କରାଯାଇଛି। ହେଲେ ପୋଲିସ ପକ୍ଷରୁ ଉପଯୁକ୍ତ ତଦନ୍ତ କରା ନ ଯିବାରୁ ଗୁରୁବାର ବାଲେଶ୍ୱର ଷ୍ଟେଶନ ଛକସ୍ଥିତ ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ନାବାଳିକାଙ୍କ ପରିବାର ଲୋକେ ଖବରଦାତା ସମ୍ମିଳନୀ କରି ଗଣମାଧ୍ୟମର ସହାୟତା ଲୋଡ଼ିଛନ୍ତି।
ଉକ୍ତ ନାବାଳିକା ବାରମ୍ବାର ବଳାତ୍କାର ଶିକାର ହେବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ଖବରପାଇ ତାଙ୍କ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚିବା ପରେ ଶିକ୍ଷାକେନ୍ଦ୍ରର କର୍ମକର୍ତ୍ତାମାନେ ଝିଅ ଦେହରେ ଭୂତ ଲାଗିଥିବା କହି ଘରକୁ ପଠାଇଥିଲେ। ଛାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ନାବାଳିକାଜଣକ ବଳାତ୍କାର ଶିକାର ହୋଇଥିବା ସେଠାରେ ଡାକ୍ତର କହିଥିଲେ। ପୂର୍ବରୁ ନାବାଳିକା ଜଣକ ମା’ବାପାଙ୍କୁ ଏ ବିଷୟରେ ଜଣାଇଥିଲେ ମଧ୍ୟ ପରିବାର ଲୋକେ ଏହାକୁ ଭୂତ ସବାର ହୋଇଥିବା କହି ବିଶ୍ୱାସ କରୁ ନ ଥିଲେ। କଟକରେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ନାବାଳିକାଙ୍କ ମା’ ଗତ ୧୭ ତାରିଖରେ ସୋର ଥାନାକୁ ଆସି ଲିଖିତ ଅଭିଯୋଗ କରିଥିଲେ। ନାବାଳିକାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ଏସ୍‌ପି ବି. ଯୁଗଳ କିଶୋର କହିଛନ୍ତି, ଅଭିଯୋଗ ପାଇବା ପରେ ଏହାର ସ୍ବତନ୍ତ୍ର ତଦନ୍ତ ପାଇଁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଦର୍ଶନ ପଟ୍ଟନାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାର ତଦନ୍ତ କରାଯାଇ ଖୁବ୍‌ଶୀଘ୍ର ନାବାଳିକାଙ୍କୁ ନ୍ୟାୟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri