ନାବାଳିକାଙ୍କୁ ଗଣବଳାତ୍କାର: ୩ କୋର୍ଟଚାଲାଣ, ସୁଧାର ଗୃହ ଗଲେ ନାବାଳକ

ଫୁଲବାଣୀ ଅଫିସ, ୨୫ା୧୨- ଖଜୁରିପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ଏହି ଘଟଣାରେ ଅଟକ ଥିବା ୩ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି। ଗିରଫ ଯୁବକମାନେ ହେଲେ ସଦର ଥାନା ଅନ୍ତର୍ଗତ ଲୁହୁରୁବାଲି ଗ୍ରାମର ଅଜିତ ଦିଗାଲ, ମନୋଜ ବେହେରା ଓ ବିରଞ୍ଚି ସୁନା। ପୋଲିସ ସୂଚନା ଅନୁସାରେ, ୪ ଦିନ ତଳେ ନାବାଳିକା ଜଣକ ଏକ ଭୋଜିକୁ ଯାଇ ଫେରିବା ବେଳେ ବାଟରେ ନାବାଳକଙ୍କ ସମେତ ଅଜିତ୍‌, ମନୋଜ ତାଙ୍କୁ ଅପହରଣ କରି ଏକ ବାଇକ୍‌ରେ ଜଙ୍ଗଲକୁ ନେଇ ଯାଇଥିଲେ। ସେଠାରେ ନାବାଳିକାଙ୍କୁ ବଳାତ୍କାର କରି ଗ୍ରାମକୁ ନେଇ ଯାଇଥିଲେ। ଏହି କାର୍ଯ୍ୟରେ ବିରଞ୍ଚି ସେମାନଙ୍କୁ ସହଯୋଗ କରିଥିଲେ। ପରିବାର ଲୋକେ ଝିଅକୁ ଘଟଣା ପରଦିନ ଗ୍ରାମରୁ ଉଦ୍ଧାର କରି ଖଜୁରିପଡା ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଥାନାରେ ନଂ.୧୧୬/୧୯ରେ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ରମାକାନ୍ତ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri