Posted inଜାତୀୟ

ନାବାଳିକାଙ୍କୁ ଗଣବଳାତ୍କାର ପରେ: ଲଣ୍ଡାକରି ଗାଁରେ ବୁଲାଇଲେ

ଗୟା, ୨୮ା୮(ପି.ଟି.): ବିହାରର ଗୟା ଜିଲାରେ ଜଣେ ନାବାଳିକାଙ୍କୁ କେତେକ ଯୁବକ ଗାଡ଼ିରେ ଜୋରଜବରଦସ୍ତ ଉଠାଇନେଇ ଗଣବଳାତ୍କାର କରିବା ପରେ ପଞ୍ଚାୟତର ନିର୍ଦ୍ଦେଶ କ୍ରମେ ଉକ୍ତ ପୀଡ଼ିତାଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି। ୬ ଯୁବକ ସ୍ଥାନୀୟ ପଞ୍ଚାୟତ ଛାତ ଉପରେ ନାବାଳିକାଟିକୁ ବେହୋସ୍‌ କଲା ପର୍ଯ୍ୟନ୍ତ ବଳାତ୍କାର କରିଥିବା ପୋଲିସ କହିଛି। ଜଣେ ଗାଁ ଲୋକ ଏହା ଦେଖି ଖବର ଦେବାରୁ ନାବାଳିକାକୁ ଉଦ୍ଧାର କରାଯାଇଥିଲା। ହେଲେ କେତେକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ପ୍ରରୋଚନାରେ ପଞ୍ଚାୟତ ବୈଠକରେ ପୀଡ଼ିତାଙ୍କୁ ସହଯୋଗ କରିବା ପରିବର୍ତ୍ତେ ତାଙ୍କୁ ଲଣ୍ଡା କରାଯାଇ ଗାଁ ଦାଣ୍ଡରେ ବୁଲାଯାଇଥିଲା।
ଘଟଣାଟି ଗତ ୧୪ ତାରିଖରେ ଘଟିଥିବାବେଳେ ସୋମବାର ଏନେଇ ମହିଳା ଥାନାରେ ମାମଲା ରୁଜୁ କରାଯାଇଥିଲା। ପୀଡ଼ିତା ଓ ତାଙ୍କ ମା ଏନେଇ ବରିଷ୍ଠ ପୋଲିସ ଅଧିକାରhୀଭ୍କୁ ଜଣାଇଥିଲେ। ଏହି ଘଟଣାରେ ପୋଲିସ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ପୀଡ଼ିତାଙ୍କୁ ଦଣ୍ଡାଦେଶ ଦେଇଥିବା ୫ ପଞ୍ଚାୟତ ପ୍ରତିନିଧୀଙ୍କ ବିରୋଧରେ ପୋକ୍ସୋ ଆଇନ ଲାଗିଥିବା ଜଣାପଡ଼ିଛି। ବଳାତ୍କାର କରିଥିବା ଅଭିଯୁକ୍ତ ଦେବଲାଲ୍‌ ଯାଦବଙ୍କୁ ପୀଡ଼ିତା ଚିହ୍ନଟ କରିବା ପରେ ଗିରଫ କରାଯାଇଛି। ଅନ୍ୟମାନେ ଫେରାର ଥିବାବେଳେ ପୋଲିସ ଅନୁସନ୍ଧାନ ଜାରି ରହିଥିବା ମୋହନପୁର ପୋଲିସଷ୍ଟେଶନ ଇନ୍‌ଚାର୍ଜ ରବିଭୂଷଣ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri