ନାବାଳିକାଙ୍କୁ ଚିକିତ୍ସାରେ ଅବହେଳା ଅଭିଯୋଗ ଘଟଣା:ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସହରବାସୀ

ଅନୁଗୋଳ ଅଫିସ, ୩୦।୭

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ଶୁକ୍ରବାର ଜଣେ ୧୦ ବର୍ଷିୟା ବାଳିକାଙ୍କୁ ଉପଯୁକ୍ତ ଚିକିତ୍ସା ନ ଦେଇ ପେଡିଆଟ୍ରିକ୍‌ ୱାର୍ଡରେ କାର୍ଯ୍ୟରତ ଦିଦି କବାଟ କିଳି ଶୋଇପଡିବା ଏବଂ ଜଣେ ମହିଳା ସୁରକ୍ଷା କର୍ମୀ ଚିକିତ୍ସା ପରାମର୍ଶ ଦେଇଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ୩ ଦିନ ବିତି ଯାଇଥିଲେ ମଧ୍ୟ ଚିକିତ୍ସାଳୟ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ଯାଇ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅନୁଗୋଳବାସୀ। ସହରର କେତେଜଣ ଯୁବକ ଏହି ଘଟଣା ବାବଦରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କରି ଜଣାଇଛନ୍ତି। ବାରମ୍ବାର ଜିଲା ଚିକିତ୍ସାଳୟରେ ଏପରି ଘଟୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ସହରବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏ ଦିଗରେ ବିଭାଗ ସହ ଜିଲା ପ୍ରଶାସନ ପଦକ୍ଷେପ ଗ୍ରହଣ କରିବାକୁ ରୁକେଶ ରୋଶନ ଦାସ, ଦେବାଶିଷ ଧଳ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ସମେତ ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି। ଅନ୍ୟପକ୍ଷରେ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ କୁମାର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri