ନାବାଳିକାଙ୍କୁ ନେଇ ସିଡବ୍ଲ୍ୟୁସି-ପୋଲିସ ବିବାଦ ଘଟଣା: ଝିଅକୁ ପାଖରେ ରଖିବାକୁ ବାପା ପ୍ରଶାସନର ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଥଇଥାନ କରିବା ନେଇ ପୋଲିସ ଓ ଜିଲା ଶିଶୁ ମଙ୍ଗଳ ସମିତି ମଧ୍ୟରେ ବିବାଦ ଜଟିଳ ହେବାରେ ଲାଗିଛି। ପୋଲିସ କିଶୋର ନ୍ୟାୟ ଆଇନ ୨୦୧୫ (ଶିଶୁମାନଙ୍କ ଯତ୍ନ ଓ ସୁରକ୍ଷା)କୁ ଉଲ୍ଲଂଘନ କରିଥିବା ଜିଲା ଶିଶୁ ମଙ୍ଗଳ ସମିତି ଅଭିଯୋଗ କରୁଥିବା ବେଳେ ପୋଲିସ ପକ୍ଷରୁ ତାହାକୁ ଖଣ୍ଡନ କରାଯାଇ ଆସୁଛି। ତେବେ ନାବାଳିକା ଏବେ କେଉଁଠି ରହିବେ ସେ ନେଇ ଦ୍ୱନ୍ଦ୍ୱ ଉପୁଜିଥିବା ବେଳେ ମଙ୍ଗଳବାର ନାବାଳିକାଙ୍କ ବାପା ଝିଅକୁ ପାଖରେ ରଖିବା ପାଇଁ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ମଙ୍ଗଳବାର ଜିଲାସ୍ତରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଆଠମଲ୍ଲିକରେ ଥିବାବେଳେ ଜିଲା କାର୍ଯ୍ୟାଳୟ କୋର୍ଟ ରୁମ୍‌ରେ ଅତିରିକ୍ତ ଜିଲାପାଳ ଜନଶୁଣାଣି କରୁଥିଲେ। ଅପରାହ୍ନ ଗୋଟାଏରେ ନାବାଳିକାଙ୍କୁ ତାଙ୍କ ବାପା ଓ ପିଉସୀ ଧରି ଜିଲା କାର୍ଯ୍ୟାଳୟରେ ପହଞ୍ଚତ୍ ପ୍ରଶାସନର ଅନୁମତି ଲୋଡ଼ିଥିଲେ। ତେବେ ଜିଲାପାଳ ଆସିଲେ ଆଲୋଚନା କରାଯିବ ବୋଲି ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ନାବାଳିକାଙ୍କ ପରିବାର ଲୋକଙ୍କୁ କହିବା ସହ ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କ ନିକଟକୁ ଆସିବାକୁ ପରାମର୍ଶ ଦେଇଥିବା ଜଣାପଡ଼ିଛି। ଅପରପକ୍ଷରେ ପୋଲିସ ବିବାଦରୁ ବର୍ତ୍ତିବା ପାଇଁ ନାବାଳିକାଙ୍କ ବାପାଙ୍କୁ ପ୍ରଶାସନ ନିକଟକୁ ପଠାଇଥିବା ଚର୍ଚ୍ଚା ହେଉଛି। କିନ୍ତୁ ଏହାକୁ ଅନୁଗୋଳ ଥାନା ଆଇଆଇସି ରମେଶ ଚନ୍ଦ୍ର ବିଶୋଇ ଖଣ୍ଡନ କରିଛନ୍ତି। ପୋଲିସ ପକ୍ଷରୁ ଏପରି କିଛି କରାଯାଇ ନ ଥିବା ଆଇଆଇସି କହିଛନ୍ତି। ସୂଚନାଯୋଗ୍ୟ ଯେ, ନାବାଳିକା କଟକରୁ ଚିକିତ୍ସିତ ହୋଇ ଆସିବା ପରେ ପୋଲିସ ତାଙ୍କୁ ଜିଲା ଶିଶୁ ସୁରକ୍ଷା ସମିତିରେ ହାଜର କରିଥିଲା। କିନ୍ତୁ ସୁସ୍ଥତା ନେଇ କୌଣସି ରିପୋର୍ଟ ସିଡବ୍ଲ୍ୟୁସିକୁ ପ୍ରଦାନ କରି ନ ଥିଲା। ଫଳରେ ସିଡବ୍ଲ୍ୟୁସି ତୁରନ୍ତ ନାବାଳିକାକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। କିନ୍ତୁ ସେଠାରେ ନାବାଳିକା ସୁସ୍ଥ ହେବା ପରେ ଅନୁଗୋଳ ପୋଲିସ ତାଙ୍କୁ ସିଡବ୍ଲ୍ୟୁସିକୁ ହସ୍ତାନ୍ତର ନ କରି ତାଙ୍କ ବାପାଙ୍କ ଜିମାରେ ଛାଡ଼ି ଦେଇଥିଲା। ଏହାକୁ ନେଇ ସିଡବ୍ଲ୍ୟୁସି ଓ ପୋଲିସ ମଧ୍ୟରେ ବିବାଦ ଦେଖାଦେଇଥିଲା। ଜିଲା ଶିଶୁ ମଙ୍ଗଳ ସମିତି ପକ୍ଷରୁ ନାବାଳିକା ଓ ତାଙ୍କ ବାପାଙ୍କୁ ଆଣି ସମିତିର କାର୍ଯ୍ୟାଳୟରେ ହାଜିର କରିବାକୁ ଶନିବାର ଚିଠି (ନଂ. ୪୨୬/୧୯) କରାଯାଇଥିଲେ ମଧ୍ୟ ପୋଲିସ ତାହା ପାଳନ କରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri