ନାବାଳିକାଙ୍କୁ ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ବରଗଡ଼ ଅଫିସ,୫।୫: ୨୦୨୨ ଜୁନ ମାସରେ ବରଗଡ଼ ପୌରାଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଗତ ୧ତାରିଖରେ ଏହି ମାମଲାର ଶୁଣାଣି କରି ବରଗଡ଼ ଅତିରିକ୍ତ ଜିଲା ଜଜ୍‌, ସେସନ ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୧ଲକ୍ଷ ଟଙ୍କାର ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ଅର୍ଥ ଅନାଦାୟ ହେଲେ ଆଉ ଏକ ବର୍ଷ ଅତିରିକ୍ତ ସଶ୍ରମ କାରାଦଣ୍ଡ ଭୋଗିବାକୁ କୋର୍ଟ ଆଦେଶ ଦେଇଛନ୍ତି।
ସୂଚନା ଅନୁସାରେ, ୨୦୨୨ ଜୁନ ୬ ତାରିଖ ସକାଳ ପ୍ରାୟ ୬ଟା ସମୟରେ ବରଗଡ଼ ୱାର୍ଡ ନଂ. ୧୬ ଅନ୍ତର୍ଗତ ଡ୍ୟାମ କଲୋନୀର ଜଣେ ନାବାଳିକା ଘର ନିକଟସ୍ଥ ଏକ ଦୋକାନକୁ ଟୁଥ୍‌ ବ୍ରଶ୍‌ କିଣିବାକୁ ଯାଉଥିଲେ। ଏହି ସମୟରେ ସେହି ୱାର୍ଡ ଅଧୀନ ଗାନ୍ଧୀ ନଗରର କାର୍ତ୍ତିକ ଫରିକାର(୨୭) ତାଙ୍କୁ ଉଠାଇ ନେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ନାବାଳିକା ଜଣକ ରକ୍ତାକ୍ତ ଅବସ୍ଥାରେ କାନ୍ଦି କାନ୍ଦି ଆସି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ କହିବା ପରେ ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଥିଲା। ପରେ ନାବାଳିକାଙ୍କ ମା’ ବରଗଡ଼ ଟାଉନ ଥାନାରେ ଏତଲା ଦେଇଥିଲେ। ଏହି କ୍ରମରେ ଟାଉନ ଥାନାରେ ଏକ ମାମଲା (ନଂ.୩୦୧/୨୨) ରୁଜୁ କରି ପୋଲିସ ଅଭିଯୁକ୍ତ କାର୍ତ୍ତିକଙ୍କୁ ଗିରଫ କରିଥିଲା। ପ୍ରାୟ ୨୨ ଜଣ ସାକ୍ଷୀ, ପାରିପାଶର୍‌ବିକ ଅବସ୍ଥିତି ଓ ଅନ୍ୟାନ୍ୟ ପ୍ରମାଣକୁ ଭିତ୍ତି କରି ବରଗଡ଼ ଅତିରିକ୍ତ ଜିଲା ଜଜ୍‌, ସେସନ ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଅଭିଯୁକ୍ତ କାର୍ତ୍ତିକଙ୍କୁ ଏହି ଦଣ୍ଡ ଶୁଣାଇଛନ୍ତି। ଏହି ମାମଲାକୁ ସରକାରୀ ଓକିଲ ବିମଳ କିଶୋର ଦେବତା ଓ ଦ୍ୟୁତୀଶ ଆଚାର୍ଯ୍ୟ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri