Posted inଖେଳ

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ହାଇତି ଫୁଟବଲ ମୁଖ୍ୟ ସସ୍‌ପେଣ୍ଡ

ପୋର୍ଟ-ଅଉ-ପ୍ରିନ୍ସ (ହାଇତି), ୨୬।୫ (ଏଏଫ୍‌ପି): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ହାଇତି ଫୁଟବଲ ଫେଡେରେଶନ ମୁଖ୍ୟ ୟଭେସ ଜିନ-ବାର୍ଟଙ୍କୁ ସସ୍‌ପେଣ୍ଡ କରାଯାଇଛି। ବିଶ୍ୱ ଫୁଟ୍‌ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ୭୩ ବର୍ଷୀୟ ବାର୍ଟଙ୍କ ବିପକ୍ଷରେ ଏହି କଡ଼ା ନିଷ୍ପତ୍ତି ନେଇଛି ବୋଲି ଘୋଷଣା କରିଛି। ଜାତୀୟ ଟ୍ରେନିଂ ସେଣ୍ଟରରେ ସେ ଏକାଧିକ ନାବାଳିକା ଖେଳାଳିଙ୍କୁ ଯୌନ ଶୋଷଣ କରିବାର ଅଭିଯୋଗ ହୋଇଛି। ତେବେ ସେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ତାଙ୍କୁ ୯୦ ଦିନ ପାଇଁ ସସ୍‌ପେଣ୍ଡ କରାଯାଇଛି। ତାଙ୍କ ବିରୋଧରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଫିଫା ଆଚରଣ ବିଧି ଧାରା ୮୪ ଓ ୮୫ ଅନୁଯାୟୀ ହାଇତିଆନ ଫୁଟବଲ ଫେଡେରେଶନ (ଏଫ୍‌ଏଚ୍‌ଏଫ୍‌)ର ଅଧ୍ୟକ୍ଷ ବାର୍ଟଙ୍କୁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଫୁଟବଲ କାର୍ଯ୍ୟକଳାପରୁ ୯୦ ଦିନ ପାଇଁ ବାସନ୍ଦ କରାଯାଇଛି ବୋଲି ସୋମବାର ଫିଫା ତରଫରୁ କୁହାଯାଇଛି। ତଦନ୍ତ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ତାଙ୍କ ବିରୋଧରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସାମୟିକ ବାସନ୍ଦାଦେଶ ତୁରନ୍ତ ଆରମ୍ଭ ହୋଇଛି। ହାଇତି ପୋଲିସ୍‌ ମଧ୍ୟ ଏ ନେଇ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ କେତୋଟି ପ୍ରଶ୍ନର ଉତ୍ତର ପାଇଁ ଜଣେ ଜଜ୍‌ ଫେଡେରେଶନର କେତେଜଣ କର୍ମଚାରୀଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଦି ଗାର୍ଡିଆନ୍‌ରେ ପ୍ରକାଶିତ ଏକ ଖବର ଅନୁଯାୟୀ ଜଣେ ମହିଳା ବାର୍ଟଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବାର୍ଟ ଗତ କେତେବର୍ଷ ଧରି କେତେଜଣ ସ୍ବଳ୍ପ ବୟସ୍କା ମହିଳା ଖେଳାଳିଙ୍କୁ ଦୁଷ୍କର୍ମ କରି ଆସୁଥିଲେ। ପନଶ୍ଚ ଚୁପ୍‌ ରହିବାକୁ ସେ ଚାପ ମଧ୍ୟ ପକାଉଥିଲେ। ତେଣୁ ତାଙ୍କୁ ସସ୍‌ପେଣ୍ଡ କରି ଫିଫା ଏକ ଦୃଷ୍ଟାନ୍ତମୂଳକ ନିଷ୍ପତ୍ତି ନେଇଛି ବୋଲି ନ୍ୟାଶନାଲ ନେଟ୍‌ଓ୍ବର୍କ ଫର୍‌ ଦି ଡିଫେନ୍ସ ଅଫ୍‌ ହ୍ୟୁମାନ ରାଇଟ୍‌ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri