ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବରୀ/ରତ୍ନଗିରି,୧୭ା୮(ସ୍ବ.ପ୍ର./ଡି.ଏନ.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ଜଣେ ନାବଳିକାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ନଂ-୧୯୪/୧୯ ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଥାନା ଅଧୀନ ଅଲିଆବାଦ ଗ୍ରାମର ଦାମୋଦର ଦାସ (୫୦)।
ସୂଚନା ଅନୁସାରେ, ଗୁରୁବାର ରାତି ପ୍ରାୟ ୮ଟାରେ ଅଭିଯୁକ୍ତ ଦାମୋଦର ନାବାଳିକାଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ବଳାତ୍କାର କରିଥିଲେ। ନାବାଳିକା ଜଣଙ୍କ ପରିବାର ଲୋକଙ୍କୁ ଏ ସମ୍ପର୍କରେ ଜଣାଇବା ପରେ ବଡ଼ବାପା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରାତି ପ୍ରାୟ ୧୦ଟାରେ ଦାମୋଦରଙ୍କୁ ଗିରଫ କରିଥିଲା। ଡାକ୍ତରୀ ମାଇନା ପରେ ଶୁକ୍ରବାର ଅପରାହ୍ନରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ପୋଲିସ୍‌ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri