ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ୩ ଅଟକ

କୁକୁଡ଼ାଖଣ୍ଡି,୧ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଆଙ୍କୁଶପୁର ସଦରଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ଶନିବାର ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ନାବାଳିକାଙ୍କ ମା’ଙ୍କ ଅଭିଯୋଗ ହେଲା, ଝିଅ ଗଁା ପାଖ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢନ୍ତି। ପ୍ରତିଦିନ ଅପରାହ୍ନ ସାଢେ ୪ଟାରେ ସେ ଟ୍ୟୁସନ ଯାଇ ସନ୍ଧ୍ୟା ସାଢେ ୬ଟାରେ ଘରକୁ ଫେରନ୍ତି। ଜୁନ ୧୯ରେ ଟ୍ୟୁସନରୁ ଫେରୁଥିବାବେଳେ ରାସ୍ତାରେ ଏକୁଟିଆ ପାଇ ଗ୍ରାମର ଜଣେ ଯୁବକ ତାଙ୍କୁ ଛୁରି ଦେଖାଇ ଅଟକାଇଥିଲେ। ପରେ ନିକଟସ୍ଥ ବଣକୁ ନେଇ ବଳାତ୍କାର କରିଥିଲେ। ବଳାତ୍କାର ସମୟରେ କେତେକ ଫଟୋ ମଧ୍ୟ ଉଠାଇଥିଲେ। କାହାକୁ ଏନେଇ ଜଣାଇଲେ ଫଟୋ ସୋସିଆଲ ମିଡିଆରେ ଛାଡିଦେବାକୁ ସେ ଧମକ ଦେଇଥିଲେ। ପରବର୍ତ୍ତୀ ସମୟରେ ପୁଣି ଧମକ ଦେଇ ସମ୍ପୃକ୍ତ ଯୁବକ ଓ ତାଙ୍କ ୨ ସହଯୋଗୀ ନାବାଳିକାଙ୍କୁ ବଳାତ୍କାର କରିଆସୁଥିଲେ। ମାତ୍ର ଉକ୍ତ ଫଟୋ ଗ୍ରାମର ଜଣେ ଯୁବକଙ୍କ ମୋବାଇଲକୁ ସୋସିଆଲ ମିଡିଆରେ ଆସିଯିବାରୁ ସେ ନାବାଳିକାଙ୍କ ମା’ଙ୍କୁ ଦେଖାଇଥିଲେ। ଏହାପରେ ନାବାଳିକାଙ୍କ ମା’ ଝିଅଙ୍କୁ ପଚାରିବାରୁ ସେ ସବୁକଥା କହିଥିଲେ। ଶୁକ୍ରବାର ମା’ ସଦରଥାନାକୁ ଯାଇ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri