Posted inରାଜ୍ୟ

ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୬।୭: ଅନୁଗୋଳ ଜିଲାର ବହୁ ଚର୍ଚ୍ଚିତ କାଙ୍ଗୁଲା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଶୁକ୍ରବାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।
ସୂଚନା ଅନୁସାରେ, ଅନୁଗୋଳ ଥାନା ଅନ୍ତର୍ଗତ କାଙ୍ଗୁଲା ଗ୍ରାମରେ ୨୦୧୯ ଜାନୁଆରୀ ୨୦ରେ ୧୩ ବର୍ଷିୟା ନାବାଳିକାଙ୍କୁ ଉକ୍ତ ଗ୍ରାମର ଅନାମ ଦେହୁରୀ ବଳାତ୍କାର ପରେ ପଥରରେ ଛେଚି ହତ୍ୟା କରିଥିଲେ। ଏହି ମାମଲାର ଶୁଣାଣିକରି ଆଡିଶ୍‌ନାଲ ଜିଲା ଜଜ୍‌ କମ୍‌ ସେକ୍ସନ ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲାରେ ୩୬ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ସାକ୍ଷ୍ୟ ପ୍ରମାଣକୁ ଅଧାରକରି ଦଣ୍ଡ ବିଧାନ କରାଯାଇଥିବା ସ୍ପେଶାଲ ପିପି ସରୋଜ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି। ପୋକ୍ସୋ ଆଇନ ଲାଗୁ ହେବା ପରେ ଏହା ହେଉଛି ଅନୁଗୋଳ ଜିଲାର ପ୍ରଥମ ଫାଶୀ ଦଣ୍ଡାଦେଶ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri