Posted inରାଜ୍ୟ

ନାବାଳିକାଙ୍କୁ ବଳାତ୍କାର ଘଟଣା :ଫରେନ୍ସିକ୍‌ ଯାଞ୍ଚ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୨୩।୭

ଅନୁଗୋଳ ବସ୍‌ଷ୍ଟାଣ୍ଡସ୍ଥିତ ଆହାରକେନ୍ଦ୍ର ପଛପଟେ ଗତ ଶନିବାର ବିଳମ୍ବିତ ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୋଲିସ। ଘଟଣା ପରଠାରୁ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଏବେ ମୁଖ୍ୟ ଅଭିଯୁକ୍ତଙ୍କ ନିକଟତର ହୋଇଥିବା ପୋଲିସ ସୂଚନା ଦେଇଛି। ଏପରି କି ସନ୍ଦେହ କରାଯାଉଥିବା ଜଣେ ଅଭିଯୁକ୍ତଙ୍କ ପିନ୍ଧା ବସ୍ତ୍ର ପରୀକ୍ଷା ପାଇଁ ପଠାଇ ଦେଇଛି। ଯଦି ରିପୋର୍ଟ ମେଳ ଖାଏ ତା’ହେଲେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଅନୁଗୋଳ ପୋଲିସର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ତେବେ କଟକରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି ଓ ସେ ରବିବାର ହାତ ଠାରି ପାଣି ପିଇବାକୁ ମାଗିଥିବା ସମ୍ପୃକ୍ତ ଅଧିକାରୀ ସୂଚନା ଦେଇଛନ୍ତି।
ଏହି ସମ୍ବେଦନଶୀଳ ମାମଲାର ତଦନ୍ତ କରୁଥିବା ଅନୁଗୋଳ ପୋଲିସ ପଚରାଉଚରା ପାଇଁ ରବିବାର ସହର ଆଖପାଖ ଅଞ୍ଚଳରୁ ୫ ଜଣ ସନ୍ଦିଗ୍ଧଙ୍କୁ ଉଠାଇଆଣିଥିଲା। ପରେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ଛାଡ଼ି ଦେଇଥିଲା। ଏହି ତଦନ୍ତ ପ୍ରକ୍ରିୟାରୁ ଅଭିଯୁକ୍ତ ସମ୍ପର୍କରେ କିଛି ପ୍ରମାଣ ମିଳିବାର ଆଶା ରହିଛି। ଏପରି କି ପୋଲିସ ଅଭିଯୁକ୍ତଙ୍କ ନିକଟରେ ଖୁବ୍‌ଶୀଘ୍ର ପହଞ୍ଚିଯିବ ବୋଲି ଲାଗୁଛି। ଯଦି ପୋଲିସ ଖୋଜୁଥିବା ପ୍ରମାଣ ମିଳିଯାଏ ତା’ହେଲେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଏସ୍‌ଡିପିଓ ଅଶ୍ୱନୀ ସାହୁ ସୂଚନା ଦେଇଛନ୍ତି। ଚିକିତ୍ସିତ ନାବାଳିକାଙ୍କ ସୁରକ୍ଷା ପାଇଁ କଟକ ବଡ଼ ମେଡିକାଲରେ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଦାୟିତ୍ୱରେ ଥିବା ଏସ୍‌ଡିପିଓ କହିଛନ୍ତି। ସେହିପରି ଜିଲା ପ୍ରଶାସନ ପକ୍ଷରୁ ନାବାଳିକାଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ ବୋଲି ଜିଲାପାଳ ଘୋଷଣା କରିଥିବା ଉପଜିଲାପାଳ ବାସୁଦେବ ଶତପଥୀ ସୂଚନା ଦେଇଛନ୍ତି। ନାବାଳିକାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିବା ପାଇଁ ଏଡିଏମ୍‌ଓ ମେଡିକାଲଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଜିଲାପାଳ ଦେଇଥିବା ଶତପଥୀ ପ୍ରକାଶ କରିଛନ୍ତି। ତେବେ ପୋଲିସ ବିଭାଗର ଅନ୍ୟଜଣେ ବରିଷ୍ଠ ଅଧିକାରୀଙ୍କ କହିବା ମୁତାବକ ଘଟଣାର ମୁଖ୍ୟ ଅଭିଯୁକ୍ତ ବୋଲି ପୋଲିସ ସନ୍ଦେହ କରୁଥିବା ବ୍ୟକ୍ତିଙ୍କ ପୋଷାକ ଫରେନ୍ସିକ୍‌ ଯାଞ୍ଚ ପାଇଁ ପଠାଯାଇଛି। ରାତିରେ ପୋଲିସ ଯାଯାବରମାନେ ଶୋଇଥିବା ଦୋକାନ ବାରଣ୍ଡାରେ ପହଞ୍ଚତ୍ ଅଭିଯୁକ୍ତଙ୍କ ବିଷୟରେ ସେମାନଙ୍କୁ ପଚରା ଉଚରା କରିଥିଲା। ସେହିପରି ବଳାତ୍କାରୀଙ୍କୁ ଏଯାଏ ଗିରଫ କରାଯାଇ ପାରି ନ ଥିବାରୁ ସମ୍ପୃକ୍ତା ନାବାଳିକାଙ୍କ ସମ୍ପର୍କୀୟମାନଙ୍କୁ ଅନୁଗୋଳ ପୋଲିସ ଥାନାରେ ରଖି ସେମାନଙ୍କ କଥା ବୁଝାଶୁଝା କରୁଛି। କାଳେ ଅଭିଯୁକ୍ତ ଧରାପଡ଼ିବା ପରେ ସେମାନେ ଅନ୍ୟକେଉଁଆଡ଼େ ଚାଲିଯିବେ, ସାକ୍ଷୀ ନ ଦେବା ଲାଗି କିଏ ପ୍ରଲୋଭନ ଦେଖାଇବ ସେଥିପାଇଁ ପୋଲିସ ସେମାନଙ୍କୁ ନିଜ ହେପାଜତରେ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri