ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୨ା୧୧(ଡି.ଏନ୍‌.ଏ)- ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ଦେବରାଜ ପାଣିଗ୍ରାହୀ (୬୫)। ହିଞ୍ଜିଳିକାଟୁ ଡାକ୍ତରଖାନାରେ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ବେଳେ ପୋଲିସ ହେପାଜତରେ ନାବାଳିକାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇ ଡାକ୍ତରୀ ମାଇନା କରାଯାଇଛି। ଅଭିଯୁକ୍ତଙ୍କୁ ପୋକ୍‌ସୋ କୋର୍ଟ ଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। କିଛି ରାଜନୈତିକ ଦଳ ଓ ସଂଗଠନ ପକ୍ଷରୁ ଏହି ଘଟଣାକୁ ନିନ୍ଦା କରାଯାଇଛି। ବଳାତ୍କାର ମାମଲାକୁ ଚପାଇ ଦେବାକୁ ଅଞ୍ଚଳର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ନାବାଳିକାଙ୍କ ମା’ଙ୍କ ଉପରେ ଚାପ ପକାଇଥିବା ଅଭିଯୋଗ ହୋଇଥିଲା। ତେଣୁ ଏହି ମାମଲାର ନିରପେକ୍ଷ ତଦନ୍ତ ଓ ଦୋଷୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ଗୁରୁବାର ରାଜ୍ୟ ଭାଜପା ମହିଳା ମୋର୍ଚ୍ଚାର ଏକ ଟିମ ଉପସଭାନେତ୍ରୀ ପିଙ୍କି ପ୍ରଧାନଙ୍କ ନେତୃତ୍ୱରେ ହିଞ୍ଜିଳି ଯାଇଥିଲେ। ସେମାନେ ନାବାଳିକାଙ୍କ ଗ୍ରାମକୁ ଯାଇ ଲୋକଙ୍କ ସହ କଥା ହୋଇଥିଲେ। ପରେ ସରପଞ୍ଚଙ୍କୁ ନେଇ ହିଞ୍ଜିିଳି ଥାନାକୁ ଯାଇ ଆଇଆଇସି ଅଭିମନ୍ୟୁ ଦାଶଙ୍କୁ ମାମଲା ରୁଜୁ କରାଯିବାରେ କାହିଁକି ବିଳମ୍ବ କରାଗଲା ତାହା ପଚାରି ବୁଝିିଥିଲେ। ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଆଇଆଇସି ଦାଶ ଟିମ ସଦସ୍ୟାଙ୍କୁ ଜଣାଇଥିଲେ। ଆଇନଜୀବୀ ତଥା ଭାଜପା ନେତ୍ରୀ ନମିତା ପଣ୍ଡା ନାବାଳିକା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା ପାଇଁ ପୃଥକ ଡ଼ାକ୍ତରଖାନାକୁ ନିଆଯିବା ଘଟଣାକୁ ଅଭିସନ୍ଧିମୂଳକ ବୋଲି କହିଛନ୍ତି। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ମହିଳା ମୋର୍ଚ୍ଚା ରାସ୍ତାକୁ ଓହ୍ଲାଇବ ବୋଲି କହିଛି। ମହିଳା ମୋର୍ଚ୍ଚା ଟିମରେ ରାଜ୍ୟ ସାଧାରଣ ସମ୍ପାଦିକା ବବିତା ପାତ୍ର, ରାଜ୍ୟ କାର୍ଯ୍ୟକାରୀ ସଦସ୍ୟା ସୁବାସିନୀ ପଟ୍ଟନାୟକ, ବନ୍ଦିତା ତ୍ରିପାଠୀ, ମାନିନୀ ଦେବୀ, ରଞ୍ଜନା ମିଶ୍ର, ରଶ୍ମିତା ଦାଶ ପ୍ରମୁଖଙ୍କ ସହ ଭାଜପା ନଗର ସଭାପତି ମାଧବ ଗାୈଡ଼ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍‌ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri