ଆସିକା,୨୨ା୧୦(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା ଓ ଅଭିଯୁକ୍ତଙ୍କୁ ସରକାରୀ ଡାକ୍ତରଖାନାରେ ଡାକ୍ତରୀମାଇନା କରିଛି। ପରିବାରର ସଦସ୍ୟଙ୍କ ଅନୁପସ୍ଥିତିରେ ଯୁବକ ଜଣକ ଘରେ ପଶି ସମ୍ପୃକ୍ତ ନାବାଳିକାଙ୍କୁ ବଳାତ୍କାର କରିଥିବା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ଘଟଣା ସମ୍ପର୍କରେ ଗାଙ୍ଗପୁର ଥାନାରେ ନଂ.୧୯୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ଗିରଫ ଅଭିଯୁକ୍ତଙ୍କୁ ବ୍ରହ୍ମପୁରସ୍ଥିତ ପୋକ୍ସୋ ଅଦାଲତରେ ହାଜର କରାଯିବ ବୋଲି ଥାନା ଅଧିକାରୀ ଧୀରେଶ କୁମାର ନାୟକ ସୂଚନା ଦେଇଛନ୍ତି।
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
Archives

