ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହିତ ୫୦ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ଏକବର୍ଷ ଲେଖାଏଁ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ବିଚରଣୀରୁ ପ୍ରକାଶ ଯେ, କେନ୍ଦୁଝର ଜିଲା ବଡବିଲ ଥାନା ସାଇଡିଂବସ୍ତି ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୫ ନଭେମ୍ବର ୬ ତାରିଖରେ ତାଙ୍କ ଘରେ କେହି ନଥିବା ସୁଯୋଗରେ ୬ଜଣ ଯୁବକ ଗଣ ବଳାକତ୍ାର କରିଥିଲେ। ଏହି ମାମଲାଟି ସେତେବେଳେ ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଏହି ଘଟଣାରେ ବଡବିଲ ପୋଲିସ ମାମଲା (ନଂ ୨୧୭ ତା ୬/୧୧/୨୦୧୫)ରେ ଅଭିଯୁକ୍ତ ବଡବିଲ ଥାନା ଅଞ୍ଚଳର ବୁଲୁ ପାତ୍ର, ଝଣ୍ଡା ମୁଣ୍ଡା, ଶନି ମହାକୁଡ, ଭରତ ହେସା, ଶ୍ରୀରାମ ଓରାମ ଏବଂ ମନୋଜ ନାଏକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କରି ମଙ୍ଗଳବାର ବିଚାରପତି ଲୋକନାଥ ସାହୁ ଏହି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଭାରତୀୟ ପିଙ୍ଗଳକୋଡ୍‌ ଧାରା ୩୭୬(ଘ),୫୦୬,୩୪, ପୋକ୍ସୋ ଆଇନର ଧାରା ୬, ଅନୁସୂଚିତ ଜାତି ଓ ଜନଜାତି ଆଇନର ଧାରା ୩(୧)(୧୧)ରେ ବିଚାର କରି ଏହି ଦଣ୍ଡ କରିଛନ୍ତି। ମୋଟ ୧୫ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଏହି ଦଣ୍ଡ ଦିଆଯାଇଥିବାବେଳେ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri