ଖୋର୍ଦ୍ଧା ଅଫିସ, ୨୦।୪: ଖୋର୍ଦ୍ଧା ଜିଲା ନାଭାଲ ଛକ ୧୬ ନଂ. ଜାତୀୟ ରାଜପଥଠାରେ ସୋମବାର ସିରିଜ୍ ଦୁର୍ଘଟଣା ଘଟିଛି। ଏକ ଅଏଲ ଟ୍ୟାଙ୍କର ସମ୍ମୁଖରୁ ଆସୁଥିବା କାରକୁ ସାଇଡ୍ ଦେବାକୁ ଯାଇ ରାସ୍ତା କଡ଼ରେ ଥିବା ଅନ୍ୟ ୬ଟି ଅଟୋକୁ ଧକ୍କା ଦେଇଥିଲା। ଏଥିରେ ୬ଟି ଯାକ ଅଟୋ ଭାଙ୍ଗିବା ସହ କାର ଭିତରେ ଥିବା ଲୋକମାନେ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଟ୍ୟାଙ୍କରଟି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ତେବେ ଗାଡ଼ି ଚାଳକ ମଦ୍ୟପାନ କରିଥିବା ଜଣାପଡ଼ିଛି। ଖବର ପାଇ ବାଲୁଗାଁ ଥାନା ଅଧିକାରୀ ନାଭାଲ ଫାଣ୍ଡି ଅଧିକାରୀ ଓ ବାଲୁଗାଁ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
ନାଭାଲ ଛକରେ ସିରିଜ୍ ଦୁର୍ଘଟଣା: କାରକୁ ସାଇଡ୍ ଦେବାକୁ ଯାଇ ୬ ଅଟୋକୁ ଧକ୍କା ଦେଲା ଅଏଲ ଟ୍ୟାଙ୍କର
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ
ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…
୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍ରେ ରାଜନୈତିକ ଉଷ୍ମତା
ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…
ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ
ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…
ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…

