ନାମ ଲେଖା ନେଇ ବଢ଼ୁଛି ଚିନ୍ତା

ଅନୁଗୋଳ ଅଫିସ, ୧୦।୬ – ଜୁନ୍‌ ୮ରୁ ଜୁଲାଇ ୧୫ ମଧ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ନାମ ଲେଖାଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ପରେ ଏବେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଏଥିପାଇଁ ତତ୍ପରତା ପ୍ରକାଶ ପାଇଛି। ହେଲେ ଅଡ଼ୁଆ କରୁଛି ସ୍କୁଲଗୁଡ଼ିକରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର। ଜିଲାର ସଙ୍ଗରୋଧ କେନ୍ଦ୍ରଗୁଡ଼ିକରୁ ନୂଆ ନୂଆ ରୋଗୀ ଚିହ୍ନଟ ହେଉଥିବାବେଳେ ଏପରି ସ୍ଥିତିରେ ସ୍କୁଲରେ ପିଲାଙ୍କ ନାମ ଲେଖା କିପରି ହେବ ତାହାକୁ ନେଇ ଏବେ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କିଛି ବିକଳ୍ପ ବ୍ୟବସ୍ଥା ଖୋଜାଯାଉଥିବା ସୂଚନା ମିଳିଛି।
ଅନୁଗୋଳ ଜିଲାରେ ମୋଟ୍‌ ୧୬୬୬ଟି ବିଦ୍ୟାଳୟ ରହିଛି। ସେଥିମଧ୍ୟରୁ ୧୪୧୮ଟି ପ୍ରାଥମିକ ଓ ୨୪୮ଟି ହେଉଛି ହାଇସ୍କୁଲ। ଉକ୍ତ ବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୩୦୫ଟିରେ କ୍ବାରାଣ୍ଟାଇନ୍‌ ସେଣ୍ଟର କରାଯାଇଛି। ଅନ୍ୟସବୁ ଫାଙ୍କା ଥିଲେ ମଧ୍ୟ କେତୋଟି ସ୍କୁଲର ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ମାଟ୍ରିକ ଖାତା ଦେଖାରେ ନିୟୋଜିତ ରହିଛନ୍ତି ବୋଲି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ତେବେ ନାମଲେଖା ସମ୍ପର୍କରେ ପ୍ରତି ବିଦ୍ୟାଳୟକୁ ଅବଗତ କରାଯିବା ସହ ସମୟ ସୀମା ମଧ୍ୟରେ କିପରି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିବ ତାହାକୁ ନେଇ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବିଚାର ବିମର୍ଶ ଜାରି ରହିଛି। ଅନ୍ୟପକ୍ଷରେ କ୍ବାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ସ୍କୁଲ ମଧ୍ୟକୁ ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କୁ ସରପଞ୍ଚମାନେ ଛାଡ଼ୁନାହାନ୍ତି। ଅନ୍ୟକେତେକ ସ୍ଥାନରେ କରୋନା ଭୟରେ ବିଦ୍ୟାଳୟକୁ କେହି ଆସୁନାହାନ୍ତି। ନାମଲେଖାରେ ଟିସିର ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ତାହା ମଧ୍ୟ ବହୁ ଛାତ୍ରୀଛାତ୍ରଙ୍କୁ ମିଳୁନାହିଁ। ଅନେକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ଭିନ୍ନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଫଳରେ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଜିଲାରେ ପ୍ରାୟ ଦେଢ଼ଲକ୍ଷ ପିଲାଙ୍କ ନାମଲେଖା କିପରି କରାଯିବ ତାହାକୁ ନେଇ ଏବେ ଶିକ୍ଷା ବିଭାଗ ଅଡ଼ୁଆରେ ପଡ଼ିଛି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ନାନା ସମସ୍ୟା ଥିଲେ ମଧ୍ୟ କିଛି ସ୍ଥାୟୀ ପ୍ରତିକାର କରାଯିବ। ବର୍ତ୍ତମାନ ସୁଦ୍ଧା ୧ ପ୍ରତିଶତ ଛାତ୍ରୀଛାତ୍ରଙ୍କ ନାମ ଲେଖାଯାଇ ସାରିଛି। କ୍ବାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ବିଦ୍ୟାଳୟ ଗୁଡ଼ିକରୁ କିପରି ଟିସି ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରାଯିବ ତାହାର ବ୍ୟବସ୍ଥା କରାଯାଉଛି। ସରକାର ଦେଇଥିବା ସମୟ ସୀମା ମଧ୍ୟରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ପ୍ରଚେଷ୍ଟା ଜାରି ରହିଥିବା ଅଧିକାରୀ ଜଣକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri