ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲା ସଦର ମହକୁମାରେ ଶାନ୍ତିପୂର୍ଣ୍ଣ ଭାବେ ଗଣଧାରଣା ଓ ବିକ୍ଷୋଭ କରାଯାଇଛି। ଦୀର୍ଘ ୧୯ ବର୍ଷ ଧରି କ୍ରମାଗତ ଭାବେ ବିଜେଡି ରାଜ୍ୟରେ ଶାସନ କରୁଥିଲେ ମଧ୍ୟ ଶିଶୁ, ନାବାଳିକା ଓ ନାରୀ ନିର୍ଯାତନା, ବଳକତ୍ାର ଏବଂ ଆଇନ୍‌ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ଥ ହୋଇ ପଡିଛି। ଯଦି ଏପରି ଘଟଣାର ନିରାକରଣ ଦିଗରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ରାଜ୍ୟ ସରକାର ନ ନିଅନ୍ତି, ଆଗାମୀ ଦିନରେ ଜନସାଧାରଣଙ୍କ ସହଯୋଗରେ ପଲ୍ଲୀଠାରୁ ଜିଲା ଓ ରାଜ୍ୟସ୍ତରରେ କଂଗ୍ରେସ ଓଡିଶା ବନ୍ଦ ଡାକରା ଦେବାକୁ ବାଧ୍ୟ ହେବୁ ବୋଲି ଜିଲା କଂଗ୍ରେସ କମିଟି ସଭାପତି ଭାରତ ଭୂଷଣ ବେମାଲ ପ୍ରକାଶ କରିଛନ୍ତି। ଏହି ପ୍ରତିବାଦ ସଭା ଓ ଗଣଧାରଣରେ ହାଇଦର ଅଲ୍ଲୀ, ନିମାଞ୍ଚଳ ନାଏକ, ମମତା ଦାସ, ପୁଷ୍ପାଞ୍ଜଳୀ ନାଏକ, ପ୍ରମିଳା ଭତ୍ରା, ମହମ୍ମଦ ଅଲ୍ଲୀ, ପରମାନନ୍ଦ ମାଝି, ସୁଦର୍ସନ ବିଶ୍ୱାଳ, ସୁବାଷ ପ୍ରଧାନ, ରାଜେନ୍ଦ୍ର ଭାରତିଙ୍କ ସମେତ ବହୁ କର୍ମକର୍ତ୍ତା ଓ କର୍ମୀ ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri