Posted inଖେଳ

ନାଲ୍‌କୋ ଓପନ ଟେନିସ: ଅନମ, ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ନାଲ୍‌କୋ ଓପନ ଟେନିସ ଟୁର୍ନାମେଣ୍ଟ ରବିବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ଏହାର ମହିଳା ବିଭାଗରେ ଟପ୍‌ ସିଡ୍‌ ଅନମ ଆଲମାସ ଓ ପୁରୁଷରେ ଅଂଶୁ କୁମାର ଭୂୟଁା ଚାମ୍ପିୟନ ହୋଇଛନ୍ତି। ମହିଳା ଫାଇନାଲରେ ଅନମ ଗତଥରର ଚାମ୍ପିୟନ ଋତୁପର୍ଣ୍ଣା ଚୌଧୁରୀଙ୍କୁ ୭-୫, ୭-୫ ସେଟ୍‌ରେ ପରାସ୍ତ କରିଛନ୍ତି। ଅନମଙ୍କ ପାଇଁ ଏହା ହେଉଛି ପ୍ରଥମ ସିଙ୍ଗଲ୍ସ ଟାଇଟଲ। ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଅଂଶୁ ୬-୧, ୬-୨ ସେଟ୍‌ରେ କୁମାର ଅନୁରାଗ ସରନଙ୍କୁ ହରାଇ ଚାମ୍ପିୟନ ହୋଇଛନ୍ତି। ଏହାକୁ ମିଶାଇ ଅଂଶୁ ମୋଟ ୫ ଥର ନାଲ୍‌କୋ ଓପନ ଜିତିଛନ୍ତି। ଅଜୟ କୁମାର ନିଶଙ୍କଙ୍କୁ ସାଥିକରି ସେ ଏଠାରେ ପୁରୁଷ ଡବଲ୍ସ ଟାଇଟଲ ମଧ୍ୟ ଜିତିଛନ୍ତି। ୧୪ ବର୍ଷରୁ କମ୍‌ ବାଳିକାରେ ନିମା ସାରା କିସ୍‌ପୋଟା, ୧୨ ବର୍ଷରୁ କମ୍‌ ବାଳକରେ ଲଳିତ ଟୁଡୁ ଓ ୧୬ ବର୍ଷରୁ କମ୍‌ ବାଳକରେ ଡି. ଆର୍ଯ୍ୟନ ସ୍ବାମୀ ଚାମ୍ପିୟନ ହୋଇଛନ୍ତି। ନାଲ୍‌କୋ ସିଏମଡି ଶ୍ରୀଧର ପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଟାଟା ଷ୍ଟିଲ୍‌ (ଭୁବନେଶ୍ୱର) ଚିଫ୍‌ ରେସିଡେଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଦେବାଶିଷ ଜେନା, ଭୁବନେଶ୍ୱର ଜିଲା ଟେନିସ ଆସୋସିଏଶନ ସଭାପତି ସୁରେଶ ଚନ୍ଦ୍ର ମହାପାତ୍ର, ସମ୍ପାଦକ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri