ନାଲ୍‌କୋ ବିଶ୍ୱକର୍ମା ପୂଜାର ୫ମ ସନ୍ଧ୍ୟା : ଲକ୍ଷାଧିକ ଲୋକଙ୍କ ସମାଗମ

ବଅଁରପାଳ,୨୨।୯(ଡି.ଏନ.ଏ) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାର ଶନିବାର ଥିଲା ୫ମ ସା। ନାଲ୍‌କୋରେ ପୂଜା ଆରମ୍ଭ କରିଥିବା ମୁଖ୍ୟ ପୂର୍ବତନ ମହାପ୍ରବନ୍ଧକ ପ୍ରଦୋଷ କୁମାର ମହାନ୍ତି ଅତିଥି ଭବେ ଯୋଗ ଦେଇଥିଲେ। ପୂଜା ଦେଖିବା ପାଇଁ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥିଲା।

ଚଳିତ ବର୍ଷ ପୂଜା କମିଟି ଗୁଡିକ ପକ୍ଷରୁ ପ୍ରତିଯୋଗିତା ମୂଳକ ଭାବେ ମେଢ଼ ନିର୍ମିତ ହୋଇଛି। ଆକର୍ଷଣୀୟ ତୋରଣ ସାଙ୍ଗକୁ ସୁସଜ୍ଜିତ ପୂଜା ମଣ୍ଡପମାନ ନିର୍ମିତ ହୋଇଛି। ପୂଜା ଅଞ୍ଚଳରେ ପଡିଥିବା ପଲିଶ୍ରୀ ମେଳାରେ ଜିନିଷ ପତ୍ର କିଣିବା ପାଇଁ ବହୁ ଲୋକଙ୍କ ଭିଡ଼ ହୋଇଥିଲା। ସେହିପରି ମିନା ବଜାର ଓ ଦୋଳିର ଭରପୁର ମଜା ନେଇଥିଲେ ଦର୍ଶକ। ବିଭିନ୍ନ କମିଟି ପକ୍ଷରୁ ଲୋକଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ କାର୍ଟୁନ ମୂର୍ତ୍ତି ନିର୍ମିତ କରାଯାଇଛି। ପୌରାଣିକ କଥା ବସ୍ତୁକୁ ଆଧାର କରି କରାଯାଇଥିବା ମେଢ଼ ଗୁଡିକ ଦର୍ଶକଙ୍କୁ ବେଶ ଆକର୍ଷିତ କରିଛି। ସେହିପରି ଶାନ୍ତିଶୃଙ୍ଖଳା ନିମନ୍ତେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ଯୋଗୁ ଭୂଷଣଠାରୁ ଅନୁଗୋଳ ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥରେ ଟ୍ରାଫିକ ସୃଷ୍ଟି ହେବା ସହ ରାସ୍ତାରେ ବହୁ ଯାନବାହନ ଅଟକି ରହିଥିଲା। ରବିବାର ଏହି ପୂଜାର ଶେଷ ଦିବସ। ସୋମବାର ଦିନ ୧୧ ଟାରୁ ଭସାଣି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri