ନାଲ୍‌କୋରେ ବି ସମଦଶା

ବଅଁରପାଳ, ୩୦।୭(ଡି.ଏନ.ଏ.)-ତାଳଚେରଠାରେ ଭରତପୁର କୋଇଲା ଖଣି ଦୁର୍ଘଟଣାର ପ୍ରଭାବ ନାଲ୍‌କୋ ପ୍ଲାଣ୍ଟରେ ମଧ୍ୟ ପଡିଛି। ନବରନତ୍ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋରେ ବର୍ତ୍ତମାନ କୋଇଲା ସଙ୍କଟ ଯୋଗୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ୧୨ଶହ ମେଗାୱାଟ ବିଶିଷ୍ଟ ନାଲ୍‌କୋ ସିପିପିରେ ୧୦ଟି ୟୁନିଟ ରହିଥିବାବେଳେ ସୋମବାର ସୁଦ୍ଧା ୨ଟି ୟୁନିଟ୍‌ ବନ୍ଦ କରିଦିଆଯାଇଛି। ଖଣି ବନ୍ଦ ଆନ୍ଦୋଳନ ଯୋଗୁ ନାଲକୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁନାହିଁ। ପ୍ରତ୍ୟେକ ଦିନ ଏମ୍‌ସିଏଲ୍‌ରୁ ନାଲକୋକୁ ପ୍ରାୟ ୧୬ରୁ ୧୭ ହଜାର ମେଟ୍ରିକ ଟନ୍‌ କୋଇଲା ଯୋଗାଣ ହୋଇଥାଏ। ପ୍ଲାଣ୍ଟ ଚାଲିବା ପାଇଁ ଅତି କମ୍‌ରେ ୧୪ରୁ ୧୫ ହଜାର ମେଟ୍ରିକ ଟନ୍‌ କୋଇଲା ଆବଶ୍ୟକ। ଅନ୍ୟପକ୍ଷରେ ନାଲକୋ କୋଇଲା ଷ୍ଟକ୍‌ୟାର୍ଡ଼ରେ ଅତି କମ୍‌ରେ ବର୍ଷା ଦିନେ ୬ ଲକ୍ଷ ମେଟ୍ରିକ୍‌ ଟନ୍‌ କୋଇଲା ରହିବା କଥା। କୋଇଲା ସଙ୍କଟ ଯୋଗୁ ଷ୍ଟକ୍‌ୟାର୍ଡ କୋଇଲା ବିଦ୍ୟୁତ୍‌ ଉତ୍ପାଦନରେ ବ୍ୟବହାର ହେଉଛି। ଫଳରେ ଗଚ୍ଛିତ କୋଇଲା ୪ ଲକ୍ଷ ମେଟ୍ରିକ ଟନ୍‌କୁ ଖସି ଆସିଲାଣି। ବତ୍ତର୍ମାନ ୮ଟି ୟୁନିଟ୍‌ରୁ ୯୬୦ ମେଗାୱାଟ୍‌ ବଦଳରେ ୮୬୦ ମେଗାୱାଟ ବିଦ୍ୟୁତ ଶକ୍ତି ଉତ୍ପାଦନ ହେଉଥିବା ଜଣାପଡ଼ିଛି। ନାଲ୍‌କୋକୁ ଆଉ କିଛି ଦିନ କୋଇଲା ଯୋଗାଣ ବନ୍ଦ ହୋଇଗଲେ ଏହାର କୁପ୍ରଭାବ ସ୍ମେଲଟର ପ୍ଲାଣ୍ଟ ଉପରେ ପଡ଼ିବ। ସ୍ମେଲଟର ପ୍ଲାଣ୍ଟରେ ପଟ୍‌ଗୁଡ଼ିକ କାର୍ଯ୍ୟକାରୀ ହେବା ପାଇଁ ପ୍ରାୟ ୧୮୫ କିଲୋ ଆମ୍ପିୟର ବିଦ୍ୟୁତ ଶକ୍ତିର ଆବଶ୍ୟକତା ରହିଛି। ସିପିପିରେ ବିଦ୍ୟୁତ ଉତ୍ପାଦନ ହ୍ରାସ ପାଇଲେ ସ୍ମେଲଟର ପ୍ଲାଣ୍ଟ ପ୍ରଭାବିତ ହେବା ସହ ଆଲୁମିନିୟମ୍‌ ଉତ୍ପାଦନ ମଧ୍ୟ କମିବ। ଅବସ୍ଥାରେ ସୁଧାର ନ ଆସିଲେ ଆଗକୁ ବଡ ଧରଣର ସମସ୍ୟା ଉପୁଜିବ ବୋଲି ଆଶଙ୍କା କରାଯାଉଛି।
ଏ ସମ୍ପର୍କରେ ନାଲ୍‌କୋ ସିପିପି ଶ୍ରମିକ କଂଗ୍ରେସ ୟୁନିୟନର କାର୍ଯ୍ୟକାରୀ ସଭାପତି ବିଭବ ଜେନା, ଏନ୍‌ଏନ୍‌ଇୟୁର ସାଧାରଣ ସମ୍ପାଦକ ନିର୍ମଳ ଶତପଥୀ କୁହନ୍ତି, ତାଳଚେର ଏମ୍‌ସିଏଲ୍‌ରେ ଆନ୍ଦୋଳନ ଯୋଗୁ ନାଲକୋକୁ କୋଇଲା ଆସୁନାହିଁ। ଗଚ୍ଛିତ କୋଇଲା ନିୟମିତ ଭାବେ ଖର୍ଚ୍ଚ କରାଯାଉଛି। ଏଭଳି ସମସ୍ୟା ଲାଗି ରହିଲେ ପ୍ଲାଣ୍ଟର ଭବିଷ୍ୟତ ଅନ୍ଧାରକୁ ଠେଲି ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri