Posted inଜାତୀୟ

ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ

ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍‌ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ ଯୋଜନାରେ ବ୍ୟାଙ୍କରେ ଗରିବ ଲୋକଙ୍କ ଖାତା ଖୋଲାଯାଇ ଏଟିଏମ୍‌ କାର୍ଡ ଦିଆଯିବାର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଡ ଗୁଡିକ ସେମାନଙ୍କ ପାଖରେ ନ ପହଞ୍ଚି ନାଳରେ ପଡିଥିବାର ସ୍ଥାନୀୟ ଲୋକେ ଦେଖି ତୁରନ୍ତ ଗ୍ରାମୀଣ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। ପରେ ସେମାନେ ଆସି ଏଟିଏମ୍‌ଗୁଡିକୁ ନେଇଥିଲେ। ଏନେଇ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ପଚରା ଯିବାରୁ ସେ କହିଥିଲେ, ଏଟିଏମ୍‌ଗୁଡିକୁ ଲୋକଙ୍କୁ ଦେବାପାଇଁ ପଠାଯାଇଥିଲା। କିନ୍ତୁ ସେଥିମଧ୍ୟରୁ କିଛି ଲୋକଙ୍କୁ ବ୍ୟାଙ୍କ୍‌ ଖାତା ବନ୍ଦ ହୋଇଥିବାବେଳେ ଆଉ କିଛି ବ୍ଲକ୍‌ ହୋଇଯାଇଥିଲା। ଫଳରେ ଏଗୁଡିକ ବଣ୍ଟାଯାଇପାରି ନ ଥିଲା ବୋଲି ସେ କହିଛନ୍ତି। ବନ୍ଦ ଲଫପାରେ ଥିବା ଏହି ଏଟିଏମ କାର୍ଡଗୁଡିକ ନାଳରେ କେମିତି ପଡିଲା ତାହାକୁ ନେଇ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri