ନାହାନ୍ତି ବିଶେଷଜ୍ଞ ଡାକ୍ତର

ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ ବିପର୍ଯ୍ୟସ୍ତ ଭିତ୍ତିଭୂମି ଯୋଗୁ ଏହା ଉପରେ ନିର୍ଭର କରୁଥିବା ଲୋକେ ହଇରାଣ ହେଉଛନ୍ତି। ବିଭାଗ ପକ୍ଷରୁ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରାୟ ୩୦ ବର୍ଷ ପୂର୍ବରୁ ସ୍ଥାପିତ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ଦିନ ହେଲା ବିଭିନ୍ନ ସମସ୍ୟା ଲାଗିରହିଛି। ଏଠାରେ ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, ଜଣେ ଶିଶୁ ବିଶେଷଜ୍ଞ, ଜଣେ ଭେଷଜ ଓ ଜଣେ ସର୍ଜରୀ ବିଶେଷଜ୍ଞ ଡାକ୍ତର ରହିବା କଥା। ହେଲେ କେବଳ ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ଦନ୍ତ ବିଭାଗରେ ଜଣେ ଲେଖାଏ ବିଶେଷଜ୍ଞ ଥିବାବେଳେ ଆଉ ଜଣେ ଏମ୍‌ବିବିଏସ୍‌ ଡାକ୍ତର ରହିଛନ୍ତି। ଅନ୍ୟ ବିଭାଗରେ ବିଶେଷଜ୍ଞ ନ ଥିବାରୁ ଏଠାକୁ ଚିକିତ୍ସିତ ହେବାକୁ ଆସୁଥିବା ରୋଗୀ ଘରୋଇ ମେଡିକାଲ ଯାଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୁରୁଣା ଘରଗୁଡିକ ମରାମତି ଅଭାବରୁ ଶୋଚନୀୟ ହୋଇପଡିଛି। କାର୍ଯ୍ୟାଳୟଟି ମଧ୍ୟ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ଅନେକ ସ୍ଥାନରୁ କାନ୍ଥ ଫାଟି ଯାଇଥିବାବେଳେ ଛାତରୁ ପାଣି ଗଳୁଛି। ଫଳରେ କର୍ମଚାରୀମାନେ ଅସୁବିଧାରେ କାର୍ଯ୍ୟ କରୁଛନ୍ତି। ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ରହିଥିବାରୁ ଏଠାକୁ ଅଧିକାଂଶ ସମୟରେ ଦୁର୍ଘଟଣାଗ୍ରସ୍ତଙ୍କୁ ଚିକିତ୍ସା ପାଇଁ ଅଣାଯାଇଥାଏ। ହେଲେ ଉପଯୁକ୍ତ ଚିକତ୍ସା ନ ପାଇ ଅନେକ ସମୟରେ ସେମାନେ ହଇରାଣ ହେବା ସହ ବାଧ୍ୟ ହୋଇ ଅନ୍ୟ ଡାକ୍ତରଖାନାକୁ ଯାଉଥିବା ଅଭିଯୋଗ ହେଉଛି। ସେହିପରି ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ମଧ୍ୟ ଦୀର୍ଘ ଦିନ ହେଲା ଡାକ୍ତର ସହ ଫାର୍ମାସିଷ୍ଟ ଓ ଅନ୍ୟାନ୍ୟ ପଦବୀ ଖାଲି ପଡିଛି। ଏଥିସହ ଅଞ୍ଚଳରେ ଥିବା ୨୬ଟି ଉପ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟରୁ ବହୁ କେନ୍ଦ୍ରର ସ୍ଥାୟୀ ଗୃହ ନ ଥିବାବେଳେ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଅଭାବ ମଧ୍ୟ ଲାଗିରହିଛି। ତୁରନ୍ତ ଏ ଦିଗରେ ଧ୍ୟାନ ଦିଆଯାଇ ବିଭାଗ ପକ୍ଷରୁ ଡାକ୍ତର ନିଯୁକ୍ତି ସହ ଅନ୍ୟାନ୍ୟ ସମସ୍ୟା ଦୂର କରାଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସାଧିକାରୀ ଡାକ୍ତର ଶଙ୍କର୍ଷଣ ଗାଆଣ କୁହନ୍ତି, ଏଠାରେ ବିଶେଷଜ୍ଞ ଓ ଡାକ୍ତର ପଦବୀ ଖାଲି ପଡିଥିବାରୁ ଅସୁବିଧା ହେଉଛି। ସେହିପରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଧ୍ୟ ଡାକ୍ତର ଅଭାବ ଯୋଗୁ ଚିକିତ୍ସା ଯୋଗାଇବାରେ ସମସ୍ୟା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri