ନିଆରା ଢଙ୍ଗରେ ପାଳିଲେ ଦୀପାବଳି ପ୍ରଶାସନିକ ଅଧିକାରୀ, ସାଧାରଣ ଜନତା ସାମିଲ

ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ଜିଲାରେ ବିଭିନ୍ନ ସ୍ଥାନରେ ସୋମବାର ନିଆରା ଢଙ୍ଗରେ ଦୀପାବଳି ପାଳିତ ହୋଇଯାଇଛି। ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ କ୍ଲବର ପିଲାମାନେ ଏହାକୁ ସ୍ମରଣୀୟ କରିବା ପାଇଁ ଅନାଥାଶ୍ରମ ଓ ଜରାଶ୍ରମରେ ଦୀପାବଳି ପାଳନ କରିଥିଲେ। ସନ୍ଧ୍ୟାରେ ଏସ୍‌ପି ଶଶିଭୂଷଣ ଶତପଥୀ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଥିବା ସେବା ଅନାଥାଶ୍ରମରେ ଏହି ଉତ୍ସବ ପାଳନ କରିଥିଲେ। ଅନାଥ ଓ ଦିବ୍ୟାଙ୍ଗ ପିଲାମାନଙ୍କ ସହିତ ମିଶି ସୁଖଦୁଃଖ ହୋଇଥିଲେ। ଏହା ପରେ ସେମାନଙ୍କୁ ମିଠା ଖୁଆଇଥିଲେ। ଦୀପାବଳିରେ ବାଣ ନୁହେଁ, ମୁହଁରେ ହସ ଫୁଟାଇବା ପାଇଁ ଏହିଭଳି ପ୍ରୟାସ କରାଯାଇଥିବା ଏସ୍‌ପି ଶତପଥୀ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଏସ୍‌ଡିପିଓ ନିରଞ୍ଜନ ପାଢ଼ୀ, ଡିଆଇବି ଡିଏସ୍‌ପି ସୁବାସ ଚନ୍ଦ୍ର ମହାନ୍ତି, ସଦର ଥାନା ଅଧିକାରୀ ଅନ୍ନପୂର୍ଣ୍ଣା ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ନୟାଗଡ଼ ବ୍ଲକ ଦୁର୍ଗାପ୍ରସାଦ ଗ୍ରାମରେ ଥିବା ଜୟଦୁର୍ଗା କ୍ଲବର ସଦସ୍ୟମାନେ ମଧ୍ୟ ସେବା ଅନାଥାଶ୍ରମକୁ ଯାଇ ଦୀପାବଳି ପାଳନ କରିଥିଲେ। କ୍ଲବର ଯୁବକମାନେ ପିଲାମାନଙ୍କ ସହିତ ବିଭିନ୍ନ ରଙ୍ଗବେରଙ୍ଗ ଆଲୋକ ସୃଷ୍ଟି କରୁଥିବା ବାଣ ଜଳାଇଥିଲେ। ଏହା ସେମାନଙ୍କୁ ଆନନ୍ଦିତ କରିଥିବା କ୍ଲବର ସଦସ୍ୟମାନେ ପ୍ରକାଶ କରିଛନ୍ତି। ଅପରାହ୍ନରେ ଜିଲାପାଳ ଡ. ପୋମା ଟୁଡ଼ୁ ସମର୍ପଣ ଜରାନିବାସରେ ଅନ୍ତେବାସୀଙ୍କ ସହିତ ଦୀପାବଳି ପାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ଲଗ୍ନଜିତ ରାଉତରାୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?