ଆସିକା,୫ା୧୨(ଡି.ଏନ୍.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା ପ୍ୟାଣ୍ଟସାର୍ଟ ଓ ଆଧାର କାର୍ଡ ସହ ଫଟୋ ଏବଂ ଏକ ପକେଟଖାତାରୁ ମୃତକ ନଳବଣ୍ଟାର ନାରାୟଣ ଡାକୁଆ (୩୫) ବୋଲି ଚିହ୍ନଟ କରାଯାଇଛି। କଙ୍କାଳକୁ ପୋଲିସ ଜବତ କରି ବ୍ରହ୍ମପୁର ବଡ ମେଡିକାଲ ଏଫଏମଟିକୁ ପଠାଇଛି। ଏ ନେଇ ନାରାୟଣଙ୍କ ବାପା ତାରିଣୀ ଚରଣ ଡାକୁଆଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ପକ୍ଷରୁ ଆସିକା ଥାନାରେ ନଂ.୨୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।
ପ୍ରକାଶ ଯେ, ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ନାରାୟଣ ଅକ୍ଟୋବର ୨୭ ତାରିଖ ସନ୍ଧ୍ୟାରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ କୌଣସି ପତ୍ତା ନ ମିଳିବାରୁ ନଭେମ୍ବର ୧ରେ ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ନଂ. ୩୫/୧୯ରେ ଏକ ନିଖୋଜ ମାମଲା ରୁଜୁ କରିଥିଲା। ବୁଧବାର ନଳବଣ୍ଟା ହାଇସ୍କୁଲ ପଛପାର୍ଶ୍ୱ ଜମି ଚାଷ କରିଥିବା ଚାଷୀଜଣକ ଧାନ କାଟିବାକୁ ଯାଇଥିବା ବେଳେ କଙ୍କାଳ, ଆଧାର କାର୍ଡ ଓ ଫଟୋ ପଡିଥିବା ଦେଖିଥିଲେ। ଆଧାର କାର୍ଡଟି ନାରାୟଣଙ୍କ ଜାଣିବା ପରେ ସେ ତାଙ୍କ ପରିବାରକୁ ଦେଇଥିଲେ। ନାରାୟଣଙ୍କ ପରିବାର ଲୋକେ ବିଲରେ ପଡ଼ିଥିବା ସାର୍ଟପ୍ୟାଣ୍ଟ ଓ କାଗଜପତ୍ରକୁ ଆଧାର କରି ମୃତଦେହ ଚିହ୍ନଟ କରିଥିଲେ। ଖବରପାଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଏହା ଏକ ହତ୍ୟାକାଣ୍ଡ ବୋଲି ପ୍ରାଥମିକ ଭାବେ ପୋଲିସ ଅନୁମାନ କରିଛି।
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା
ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...
ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର
ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...
ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା
ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...
ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…
ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି...
ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର
ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ...
Archives


