ଆସିକା,୫ା୧୨(ଡି.ଏନ୍.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା ପ୍ୟାଣ୍ଟସାର୍ଟ ଓ ଆଧାର କାର୍ଡ ସହ ଫଟୋ ଏବଂ ଏକ ପକେଟଖାତାରୁ ମୃତକ ନଳବଣ୍ଟାର ନାରାୟଣ ଡାକୁଆ (୩୫) ବୋଲି ଚିହ୍ନଟ କରାଯାଇଛି। କଙ୍କାଳକୁ ପୋଲିସ ଜବତ କରି ବ୍ରହ୍ମପୁର ବଡ ମେଡିକାଲ ଏଫଏମଟିକୁ ପଠାଇଛି। ଏ ନେଇ ନାରାୟଣଙ୍କ ବାପା ତାରିଣୀ ଚରଣ ଡାକୁଆଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ପକ୍ଷରୁ ଆସିକା ଥାନାରେ ନଂ.୨୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।
ପ୍ରକାଶ ଯେ, ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ନାରାୟଣ ଅକ୍ଟୋବର ୨୭ ତାରିଖ ସନ୍ଧ୍ୟାରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ କୌଣସି ପତ୍ତା ନ ମିଳିବାରୁ ନଭେମ୍ବର ୧ରେ ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ନଂ. ୩୫/୧୯ରେ ଏକ ନିଖୋଜ ମାମଲା ରୁଜୁ କରିଥିଲା। ବୁଧବାର ନଳବଣ୍ଟା ହାଇସ୍କୁଲ ପଛପାର୍ଶ୍ୱ ଜମି ଚାଷ କରିଥିବା ଚାଷୀଜଣକ ଧାନ କାଟିବାକୁ ଯାଇଥିବା ବେଳେ କଙ୍କାଳ, ଆଧାର କାର୍ଡ ଓ ଫଟୋ ପଡିଥିବା ଦେଖିଥିଲେ। ଆଧାର କାର୍ଡଟି ନାରାୟଣଙ୍କ ଜାଣିବା ପରେ ସେ ତାଙ୍କ ପରିବାରକୁ ଦେଇଥିଲେ। ନାରାୟଣଙ୍କ ପରିବାର ଲୋକେ ବିଲରେ ପଡ଼ିଥିବା ସାର୍ଟପ୍ୟାଣ୍ଟ ଓ କାଗଜପତ୍ରକୁ ଆଧାର କରି ମୃତଦେହ ଚିହ୍ନଟ କରିଥିଲେ। ଖବରପାଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଏହା ଏକ ହତ୍ୟାକାଣ୍ଡ ବୋଲି ପ୍ରାଥମିକ ଭାବେ ପୋଲିସ ଅନୁମାନ କରିଛି।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

