ନିଜକୁ କରୋନା ପଜିଟିଭ୍‌ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ

ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ସରକାର କରୋନାକୁ ନେଇ ସଚେତନ କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ କେତେକ ସ୍ଥାନରେ ଗୁଜବ ସୃଷ୍ଟି ହେଉଥିବା ଘଟଣା ସାମ୍ନାକୁ ମଧ୍ୟ ଆସୁଛି। ଇତିମଧ୍ୟରେ ଜଣେ ଯୁବକ ରାସ୍ତା ମଝିରେ ନିଜକୁ କରୋନା ପଜିଟିଭ୍‌ କହି କିଛି ସମୟ ପାଇଁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଦେଖିବାକୁ ମିଳିଛି। ଏ ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ମିରଟରେ। ସୂଚନାଯୋଗ୍ୟ, ମିରଟ ସହରର ବେଗମୁପୁଲ ଛକଠାରେ ଜଣେ ଯୁବକ ଆସି ନିଜକୁ କରୋନା ପଜିଟିଭ୍‌ କହିଥିଲେ। ବାରମ୍ବାର ରାସ୍ତା ମଝିକୁ ଆସି ତାଙ୍କୁ କରୋନା ହୋଇଛି ବୋଲି କହିବା ସହ ଏକ କାର୍‌ ସମ୍ମୁଖରେ ଶୋଇପଡ଼ିଥିଲେ। ଏହା ଶୁଣି ସେଠାରେ ଉପସ୍ଥିତ ଥିବା ଲୋକମାନେ ଭୟଭୀତ ହୋଇଯାଇଥିଲେ। କିଛି ସମୟ ପାଇଁ ସେଠାରେ ଆତଙ୍କ ଖେଳିଯାଇଥିଲା। ଏଥିସହ ସେ ସ୍ବାସ୍ଥ୍ୟ ବିଭାଗ ନାଁରେ ଅଭିଯୋଗ ଆଣିଥିଲେ। ସେ କହିଛନ୍ତି, ବାରମ୍ବାର କହିବା ସତ୍ତ୍ୱେ ସ୍ବାସ୍ଥ୍ୟ ବିଭାଗ ତାଙ୍କର କରୋନା ଯାଞ୍ଚ କରୁନାହାନ୍ତି। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କୁ ବୁଝାସୁଝା କରିବାକୁ ଉଦ୍ୟମ କରିବା ସହ ଏକ ଆମ୍ବୁଲାନ୍ସକୁ ଡକାଇଥିଲେ। ହେଲେ ଆମ୍ବୁଲାନ୍ସ ଆସିବା ପରେ ଉକ୍ତ ଯୁବକ ନିଜକୁ ସୁସ୍ଥ ବୋଲି କହିଥିଲେ। ପରେ ପୋଲିସ ତାଙ୍କୁ ଜବରଦସ୍ତି ଆମ୍ବୁଲାନ୍ସରେ ହସ୍ପିଟାଲକୁ ପଠାଇ ଯାଞ୍ଚ କରିବାକୁ ସ୍ବାସ୍ଥ୍ୟକର୍ମୀଙ୍କୁ କହିଥିଲେ। ଅନ୍ୟପଟେ ଉକ୍ତ ଯୁବକଙ୍କ ମାନସିକ ଅବସ୍ଥା ଠିକ୍‌ ନ ଥିବାରୁ ସେ ଏଭଳି ନାଟକ କରୁଛନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। କିନ୍ତୁ ପୋଲିସ ଓ ହସ୍ପିଟାଲ ପ୍ରଶାସନ ଏହାକୁ ଗୁରୁତର ନେବା ସହ ଯାଞ୍ଚ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

Read more

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri