ନିଜାମୁଦ୍ଦିନ କରୋନା ହଟ୍‌ସ୍ପଟ : ଓଡ଼ିଶାରୁ ୧୫ ଯୋଗଦେଇଥିବା ଚର୍ଚ୍ଚା

ଭୁବନେଶ୍ୱର,୧।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା ସରକାରଙ୍କ ପକ୍ଷରୁ କିଛି କୁହାଯାଇନାହିଁ। ଏନେଇ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି, ନିଜାମୁଦ୍ଦିନରୁ ଓଡ଼ିଶା ଫେରିଥିବା ବ୍ୟକ୍ତିବିଶେଷଙ୍କ ସମ୍ପର୍କରେ ସରକାର ଅବଗତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କୁ ଚିହ୍ନଟ କରାଯାଇ କ୍ବାରାଣ୍ଟାଇନ୍‌ରେ ରଖାଯାଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ପରିବାର ଲୋକ ଓ ଅନ୍ୟମାନଙ୍କୁ ମଧ୍ୟ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଏମାନଙ୍କ ବ୍ୟତୀତ ସେଠାକୁ ଯାଇଥିବା ଅନ୍ୟମାନଙ୍କୁ ଚିହ୍ନଟ ପାଇଁ ଉଦ୍ୟମ କରାଯାଉଥିବା ବାଗ୍‌ଚୀ କହିଛନ୍ତି।
ମଙ୍ଗଳବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ଓଡ଼ିଶାରେ ୪୭୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଛି। ଆଉ କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ପୂର୍ବଭଳି ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ସ୍ଥିର ରହିଛି। ପ୍ରଥମ ୨ଟି ପଜିଟିଭ୍‌ଙ୍କ ସଂସ୍ପର୍ଶରେ ୫୫ଜଣ ଓ ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୧୧୨ ଜଣଙ୍କୁ ଚିହ୍ନଟ କରାଯାଇଛି। ୫୭ ଜଣ କରୋନା ସନ୍ଦିଗ୍ଧ ବିଭିନ୍ନ ହସ୍ପିଟାଲ ଆଇସୋଲେଶନରେ ରହିଥିବାବେଳେ ଅନ୍ୟମାନଙ୍କ ସହ ଯୋଗାଯୋଗ ଚାଲିଛି। ଆଜିପର୍ଯ୍ୟନ୍ତ ମୋଟ ୧୧,୫୭୫ ଜଣ ଫେରନ୍ତା ଅନ୍‌ଲାଇନ୍‌ ଏବଂ ୧୦୪ ମାଧ୍ୟମରେ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪,୩୦୪ ଜଣ ବିଦେଶରୁ ଆସିଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri