ନିବେଶକଙ୍କ ୧୧.୧୨ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୨୭। ୩: ଗତ ୩ ଦିନ ଧରି ଦେଶର ପୁଞ୍ଜି ବଜାର କାରବାର ଉନ୍ନତ ରହିବା ଯୋଗୁ ଏହି ସମୟରେ ନିବେଶକଙ୍କୁ ୧୧.୧୨ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର କାରବାର ୧୪୧୦.୯୯ ପଏଣ୍ଟ ବା ୪.୯୪% ଉଚ୍ଚରେ ରହି ୨୯,୯୪୬.୭୭ ପଏଣ୍ଟରେ ବନ୍ଦ ହୋଇଥିଲା। ଗତ ୩ ଦିନରେ ସୂଚକାଙ୍କ ୩୯୬୫.୫୩ ପଏଣ୍ଟ ବଢିଛି। ଉକ୍ତ ସମୟ ମଧ୍ୟରେ ବିଏସ୍‌ଇ ସୂଚୀଭୁକ୍ତ କମ୍ପାନୀଗୁଡିକର ବଜାର ପୁଞ୍ଜୀକରଣ ୧୧.୧୨ ଲକ୍ଷ କୋଟି ଟଙ୍କା ଛୁଇଁଥିବା ଷ୍ଟକ ବଜାର ଡିପୋଜିଟୋରୀ ଡାଟାରୁ ସାମ୍ନାକୁ ଆସିଛି। ସରକାର ଘୋଷଣା କରିଥିବା ୧.୭୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ବଜାର ଉପରେ ସକାରାତ୍ମକ ପ୍ରଭାବ ପକାଇଥିବା ବିଶେଷଜ୍ଞମାନେ କହିଛନ୍ତି। ଏହି ସମୟରେ ଇଣ୍ଡସଇଣ୍ଡ ବ୍ୟାଙ୍କର ଶେୟାର କାରବାରରେ ପ୍ରାୟ ୪୫.୦୭% ବୃଦ୍ଧି ଘଟିଛି। ଏହବାଦ ଭାରତୀ ଏୟାରଟେଲ, ଲାର୍ସନ ଆଣ୍ଡ ଟୁବ୍ରୋ, ବଜାଜ ଫାଇନାନ୍ସ, କୋଟାକ ମହିନ୍ଦ୍ରା ବ୍ୟାଙ୍କ ଏବଂ ବଜାଜ ଅଟୋର ଶେୟାର ଉନ୍ନତ ସ୍ଥିତିରେ ରହିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ୧୫୦୮ କମ୍ପାନୀର କାରବାର ଅତି ଭଲ ରହିଛି। ୭୬୯ କମ୍ପାନୀର କାରବାର ନିମ୍ନରେ ରହିଥିବା ବେଳେ ୧୭୨ଟିର କାରବାର ଅପରିବର୍ତ୍ତିତ ରହିଛି। ବିଏସ୍‌ଇର ମିଡ୍‌ କ୍ୟାପ ଏବଂ ସ୍ମଲ କ୍ୟାପ୍‌ ସୂଚୀ ଯଥାକ୍ରମେ ୩.୪୯% ଏବଂ ୩.୭୩% ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri