Posted inଜାତୀୟ

ନିମନ୍ତ୍ରଣ ପତ୍ରରେ ‘ସିଏଏ’କୁ ସମର୍ଥନ ଜଣାଇଲେ ବର

ନରସିଂପୁର,୧୮।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ଏହାକୁ ସମର୍ଥନ ମଧ୍ୟ କରାଯାଉଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ବି ଜୋର ଧରିଛି। ତେବେ ସିଏଏର ସମର୍ଥନକୁ ନେଇ ମଧ୍ୟପ୍ରଦେଶରେ ଦେଖିବାକୁ ମିଳିଛି ଏକ ଭିନ୍ନ ଦୃଶ୍ୟ। ଯାହାକୁ ଶୁଣିବା ପରେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଉଛନ୍ତି। ଏଠାରେ ଏକ ବିବାହ ନିମନ୍ତ୍ରଣ ପତ୍ରରେ ‘ଆଇ ସପୋର୍ଟ ସିଏଏ’ ବୋଲି ଲେଖାଯାଇ ବଣ୍ଟା ଯାଇଛି। ନରସିଂପୁର ଜିଲାରେ ୧୮ ଜାନୁୟାରୀରେ ହେବାକୁ ଥିବା ଏକ ବିବାହରେ ପ୍ରଭାତ(ମୋନୁ) ନାମକ ଯୁବକ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ବିବାହ କାର୍ଡ ମାଧ୍ୟମରେ ସିଏଏକୁ ସମର୍ଥନ ଦେଉଥିବା ଦେଖାଯାଇଛି। ପ୍ରଭାତ କହିଛନ୍ତି ସେ ଏମିତି ଭାବେ ସିଏଏକୁ ନେଇ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଚାହୁଁଛନ୍ତି। ଲୋକେ ଏହି ଆଇନକୁ ଠିକ୍‌ ଭାବେ ବୁଝନ୍ତୁ। ଏବେ ପ୍ରଭାତଙ୍କ ଏହି ବିବାହ କାର୍ଡ ଚର୍ଚ୍ଚାର ପରିସରକୁ ଆସିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri