ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ ପାଖରେ ମଧ୍ୟ ବସିରହୁଛନ୍ତି। ସ୍କୁଲ ପରିସରରେ ୧୧୦ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୪୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସକୁ ନିମ୍ନମାନର ଚାଉଳ ଯୋଗାଣର ଯାଞ୍ଚ ନ ହେବା, ଶିକ୍ଷାନୁଷ୍ଠାନ ପରିଚାଳନାଗତ ସମସ୍ୟା ପ୍ରତି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା, ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରଭୃତି ଦାବି ପୂରଣ ଲାଗି ଅଭିଭାବକ ଓ ଗ୍ରାମବାସୀ ଜିଦ୍‌ରେ ଅଡି ବସିଛନ୍ତି। ବ୍ଲକ ଶିକ୍ଷାଧିକାରୀ ଦୁଃଶାସନ ସିଂ ଏବଂ ବିଆରସି କମଳ ଲୋଚନ ବିଶ୍ୱାଳ ଆସି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସମାଧାନର ବାଟ ଫିଟି ନାହିଁ। ଜିଲା ଶିକ୍ଷାଧିକାରୀ ଏଠାକୁ ନ ଆସିଲେ ତାଲା ଖୋଲିବନାହିଁ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଆନ୍ଦୋଳନକାରୀ ଅଭିଭାବକ ଦର୍ଶାଇଛନ୍ତି ଯେ, ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ କିଛି ନୂଆ କଥା ନୁହେଁ। ବାରମ୍ବାର ଗନ୍ଧଯୁକ୍ତ ଚାଉଳ ଯୋଗାଣ ହେଉଥିବାରୁ ଏହାକୁ ରୋଷେଇ କରି ପିଲାଙ୍କୁ ଦିଆଯାଉଛି। ପରିଚାଳନାଗତ ସମସ୍ୟା ଯୋଗୁ ଶିକ୍ଷାନୁଷ୍ଠାନରେ ପାଠପଢ଼ା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗ୍ରାମବାସୀଙ୍କ ଅଭିଯୋଗ ସତ୍ତ୍ୱେ ଶିକ୍ଷା ବିଭାଗ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନେବାରୁ ୪ଦିନ ହେଲା ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣରୁ ବଞ୍ଚିତ ହୋଇଛନ୍ତି। ଶିକ୍ଷାନୁଷ୍ଠାନକୁ କେନ୍ଦ୍ର କରି ଉତ୍ତେଜନା ଲାଗିରହିଥିବାରୁ ବାରିଆ ଥାନା ପୋଲିସ ପରିସ୍ଥିତି ପ୍ରତି ନଜର ରଖିଥିବା ଥାନା ଅଧିକାରୀ ସୁଶାନ୍ତ ମହାନ୍ତି କହିଛନ୍ତି। ଏସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ହେନାରାଣୀ ସ୍ବାଇଁଙ୍କୁ ପଚାରିବାରୁ କହିଛନ୍ତି, ୪ଜଣ ରୋଷେୟାଙ୍କ ମଧ୍ୟରୁ ଜଣକୁ ଅଫିସ ନିର୍ଦ୍ଦେଶ ମୁତାବକ କାର୍ଯ୍ୟରୁ ଅନ୍ତର କରାଯାଇଛି। ଯୋଗାଣ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳକୁ କେନ୍ଦ୍ରକରି ଏଭଳି ଅପ୍ରୀତିକର ପରିସ୍ଥିତି ଉପୁଜିଛି। ଏନେଇ ସେ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଛନ୍ତି। ନିମ୍ନମାନର ଚାଉଳକୁ ନେଇ ଶିକ୍ଷାଦାନରେ ବିଶୃଙ୍ଖଳା ହେବା ସହିତ ଆମ୍ଭେମାନେ ମାନସିକ ଚାପର ସମ୍ମୁଖୀନ ହେଉଛୁ ବୋଲି କେତେକ ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ କହିଛନ୍ତି। ବ୍ଲକ ଶିକ୍ଷାଧିକାରୀ ସିଂଙ୍କୁ ପଚାରିବାରୁ ଏସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ କରାଯାଇଛି ବୋଲି କହିଛନ୍ତି। ଛାତ୍ରାବାସ, ଛାତ୍ରୀ ନିବାସ, ଆଶ୍ରମ ବିଦ୍ୟାଳୟଗୁଡିକୁ ଯୋଗଇ ଦିଆଯାଉଥିବା ଚାଉଳ ସମ୍ପର୍କରେ ଝୁମ୍ପୁରା ଯୋଗାଣ ଅଧିକାରୀ ସରିତା ମିର୍ଦ୍ଧାଙ୍କୁ ପଚାରିବାରୁ ସେ ଘଟଣା ଅନୁଧ୍ୟାନ କରି ଦେଖିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri