ନିଯୁକ୍ତି ପାଇଲେ ୧୦୨ ପ୍ରଶାସନିକ ଅଧିକାରୀ, ମୁଖ୍ୟମନ୍ତ୍ରୀ ଦେଲେ ୫-T ଗୁରୁମନ୍ତ୍ର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା-୨୦୧୭ର କୃତି ପ୍ରତିଯୋଗୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଶୁକ୍ରବାର ଜୟଦେବ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୦୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ଦେଇଛନ୍ତି। ଏହି ଅବସରରେ ନବ ନିଯୁକ୍ତ ଅଫିସରମାନଙ୍କୁ ଲୋକଙ୍କ ସହ ପ୍ରତ୍ୟକ୍ଷ ସମ୍ପର୍କରେ ରହିବାକୁ ପଡ଼ିବ। ଲୋକଙ୍କ କଲ୍ୟାଣ ପାଇଁ ନିଷ୍ପତ୍ତି ନେବାକୁ ହେବ। ତେଣୁ ଧୈର୍ଯ୍ୟ ଓ ସମ୍ବେଦନଶୀଳତା ସହ ଲୋକଙ୍କ ସମସ୍ୟା ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏହାଛଡ଼ା ମୁଖ୍ୟମନ୍ତ୍ରୀ କହିଥିଲେ, ବିଜେଡି ସରକାର ଲୋକଙ୍କ ସରକାର। ଲୋକଙ୍କ କଲ୍ୟାଣ ତାଙ୍କର ମୁଖ୍ୟ ଉଦ୍ଦେଶ୍ୟ। ତେଣୁ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ଲାଗି ୩-ଟି ମନ୍ତ୍ର(ଟେକ୍‌ନୋଲୋଜି, ଟ୍ରାନ୍ସପେରେନ୍ସି ଓ ଟିମ୍‌ଓ୍ବାର୍କ)ରେ କାମ କରିବା ଉପେରେ ଗୁରୁତ୍ୱାରୋପ କରାଯାଉଥିଲା। ଏବେ ଏଥିରେ ଟ୍ରାନ୍ସଫର୍‌ମେଶନ୍‌ ଏବଂ ଟାଇମ୍‌ ଯୋଡ଼ି ହୋଇଯାଇଛି। ଏହି ୫-T ମନ୍ତ୍ରକୁ ଆଧାର କରି କାମ କଲେ ପ୍ରଶାସନିକ ଅଧିକାରୀମାନେ ଲୋକଙ୍କ ଆଶା ତଥା ଆକାଂକ୍ଷାକୁ ପୂରଣ କରିବା ସହ ସଫଳ ଭାବେ ଦାୟିତ୍ୱ ତୁଲାଇପାରିବେ ବୋଲି ସେ ଆଶା ପ୍ରକାଶ କରୁଥିବା କହିଛନ୍ତି।

ପ୍ରକାଶଯୋଗ୍ୟ, ଉକ୍ତ ଆୟୋଗ ଦ୍ୱାରା ଅନୁଷ୍ଠିତ ପରୀକ୍ଷାରେ ଓଡ଼ିଶା ସିଭିଲ୍‌ ସର୍ଭିସ ପାଇଁ ୧୦୨ ଜଣ ମନୋନୀତ ହୋଇ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରେ ୪୨ଜଣ ମହିଳା ଥିବାବେଳେ ୪ଜଣ ଭିନ୍ନକ୍ଷମ ଅଛନ୍ତି। ତନ୍ମଧ୍ୟରୁ ୩୬ଜଣ ଓଏଏସ୍‌ରେ ଯୋଗ ଦେଇଥିବା ବେଳେ ୯ଜଣ ଓପିଏସ୍‌ରେ, ୨୪ଜଣ ଓଏଫ୍‌ଏସ୍‌ରେ, ୩ଜଣ ସମବାୟ ସେବା, ୨୦ଜଣ ରାଜସ୍ବ ସେବା ଓ ୧୪ଜଣ ଟିକସ ଓ ଆକାଉଣ୍ଟସ୍‌ ସେବାରେ ଯୋଗ ଦେଇଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ଯୋଗାଣ, ସମବାୟ ମନ୍ତ୍ରୀ ପ୍ରତାପ ସ୍ବାଇଁ, ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢ଼ୀ, ଉନ୍ନୟନ କମିଶନର ଅସିତ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri