ନିଯୁକ୍ତି ପ୍ରଦାନରେ କେନ୍ଦ୍ର, ରାଜ୍ୟ ସରକାର ବିଫଳ

ରାହାମା,୨ା୨(ଡି.ଏନ.ଏ.): ଆଜିର ଦିନରେ ଜାତୀୟ ନାଗରିକତା ଅଭିଲେଖ ନୁହେଁ ବରଂ ଜାତୀୟ ବେରୋଜଗାର ଅଭିଲେଖର ଆବଶ୍ୟକତା ରହିଛି। ଜଗତ୍‌ସିଂହପୁର ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଶ୍ୱିନୀ ସ୍ବାଇଁ କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସମଗ୍ର ଦେଶରେ ନ୍ୟାଶନାଲ ରେଜିଷ୍ଟ୍ରାର ଅଫ ସିଟିଜେନଶିପ(ଏନଆରସି)କୁ ନେଇ ବାଦବିବାଦ ଲାଗି ରହିଥିବାବେଳେ ଭାରତୀୟ ଯୁବ କଂଗ୍ରେସ ଦ୍ୱାରା ନ୍ୟାଶନାଲ ରେଜିଷ୍ଟ୍ରାର ଅଫ ଅନ୍‌ଏମ୍ପ୍ଲୟମେଣ୍ଟ ନାମକ ଏକ ରାଷ୍ଟ୍ର ବ୍ୟାପୀ ପ୍ରଚାର ଅଭିଯାନ ଆରମ୍ଭ କରାଯାଇଛି। ତେଣୁ ଏହାକୁ ଜୋରଦାର କରିବାକୁ ସେ ନିଜର କର୍ମୀଙ୍କ ସହ ଜିଲାର ବେରୋଜଗାର ଯୁବତୀଯୁବକଙ୍କୁ ଆହ୍ବାନ କରିଛନ୍ତି। ସେ ଅଭିଯୋଗ କରିଛନ୍ତି, କେନ୍ଦ୍ରରେ ଭାଜପା ଓ ରାଜ୍ୟରେ ବିଜେଡି ସରକାର ଶିକ୍ଷିତ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ସିଏସଆଇଇର ଏକ ସର୍ବେକ୍ଷଣ ଅନୁଯାୟୀ, ୫ବର୍ଷରେ ଦେଶର ୫କୋଟି ଯୁବତୀଯୁବକ ବେରୋଜଗାର ଅଛନ୍ତି। ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ ରିପୋର୍ଟ ମୁତାବକ,୨୦୧୭-୨୦୧୮ ବର୍ଷରେ ବେରୋଜଗାରୀଙ୍କ ଆତ୍ମହତ୍ୟା, କୃଷକଙ୍କ ଆତ୍ମହତ୍ୟାଠାରୁ ମଧ୍ୟ ଅଧିକ। ବିମୁଦ୍ରୀକରଣ ପରେ ଲକ୍ଷାଧିକ ଲୋକ ଚାକିରି ହରାଇଛନ୍ତି। ଏଥିପାଇଁ ସର୍ବଭାରତୀୟ ଯୁବ କଂଗ୍ରେସ ତରଫରୁ ଯୁବତୀଯୁବକଙ୍କୁ ଏହି ଅଭିଯାନରେ ସାମିଲ କରାଯିବା ନିମନ୍ତେ ନାମ ପଞ୍ଜୀକରଣ ପାଇଁ ଏକ ଟୋଲ୍‌ ଫ୍ରି ନମ୍ବର ୮୧୫୧୯୯୪୪୧୧ ଜାରି କରାଯାଇଛି। ଏହି ନମ୍ବରରେ ମିସ୍‌ଡକଲ୍‌ ଦେଇ ନିଜକୁ ପଞ୍ଜୀକରଣ କରାଇବାକୁ ସୂଚନା ଦେଇଛନ୍ତି। ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଦେବାଶିଷ ନାଥଶର୍ମା, ସୁଦାମ ସ୍ବାଇଁ ଓ ସୌମ୍ୟପ୍ରୀତମ୍‌ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?