ନିରାକାରପୁର ଅଞ୍ଚଳରେ ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଚିନ୍ତା: ପ୍ରଶାସନ ନିକଟରେ ଅଭିଯୋଗ କଲେ ଅଞ୍ଚଳବାସୀ

ନିରାକାରପୁର, ୮।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେବଳ ରାଜଧାନୀ ଭୁବନେଶ୍ୱରରେ ୩୦ରୁ ଅଧିକ ଆକ୍ରାନ୍ତ ରହିଛନ୍ତି। ଏପରିକି ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାପରେ ଭୁବନେଶ୍ୱରରେ ଥିବା ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ତାର ଆଖପାଖ ଅଞ୍ଚଳର ଲୋକମାନେ ଗ୍ରାମାଭିମୁଖି ହେଉଥିବା ଦେଖିବାକୁ ମିଳିଛି। ଦୈନିକ ବିଭିନ୍ନ ଗ୍ରାମକୁ ଭୁବନେଶ୍ୱରରେ ବସବାସ କରୁଥିବା ଲୋକେ ଚାଲି ଆସୁଛନ୍ତି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇଯାଉଛନ୍ତି। ଏପରିକି ସେମାନେ ଆଶା, ଅଙ୍ଗନଓ୍ବାଡିଠାରୁ ଆରମ୍ଭ କରି ଜିଲା, ବ୍ଲକ୍‌ ଓ ପୋଲିସ୍‌କୁ ଫୋନ୍‌ କରି ଜଣାଉଥିବା ଜଣାପଡ଼ିଛି।

ଲୋକମାନେ ଗ୍ରାମକୁ ଆସୁଥିବା ଲୋକେ ଓ ତାଙ୍କ ପରିବାର ସହ ମିଳାମିଶା ମଧ୍ୟ କରୁ ନ ଥିବା ଦେଖିବାକୁ ମିଳିଛି। ତେବେ ଗ୍ରାମର କିଛି ଯୁବକଗ କଟକଣାକୁ ନ ମାନି ଭୁବନେଶ୍ୱରକୁ ନିୟମିତ ବାଇକ ନେଇ ଯିବାଆସିବା କରୁଛନ୍ତି। ଏହାକୁ ନେଇ ଲୋକମାନେ ଆତଙ୍କିତ ହୋଇଯାଉଛନ୍ତି। ଏନେଇ ପୋଲିସକୁ ଜଣାଇବା ପରେ ଭୁବନେଶ୍ୱର ଫେରନ୍ତାମାନଙ୍କୁ ଡାକି ତାଗିଦ କରି ଛାଡିଥିବା ସ୍ଥାନୀୟ ପୋଲିସ ସୂଚନା ଦେଇଛି। ତେବେ ଜିଲା ସିମା ସିଲ୍‌ ହୋଇଛି ହେଲେ ଲୋକମାନେ କିଭଳି ନିୟମିତ ଯାତାୟାତ କରୁଛନ୍ତି ସେନେଇ ବୁଦ୍ଧିଜୀବୀମାନେ ପ୍ରଶ୍ନ କରିବା ସହିତ ଚିନ୍ତାରେ ରହିଥିବା ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri