ନିରାଡ଼ମ୍ବର ଭାବେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ବାଲେଶ୍ୱର ଅଫିସ,୨୮।୪- ବାଲେଶ୍ୱରର ଅନ୍ୟତମ ଅଗ୍ରଣୀ ଅନୁଷ୍ଠାନ ‘ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ’ ତରଫରୁ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଉତ୍ସବ ନିରାଡ଼ମ୍ବର ଭାବରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ଉପୁଜିଥିବା ମହାମାରୀକୁ ଆଖି ଆଗରେ ରଖି ସାମାଜିକ ଦୂରତା ବଳୟ ମଧ୍ୟରେ କଚେରୀ ପରିସରରେ ଥିବା ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପରିଷଦର ସଭାପତି ତଥା ଅଖିଳ ଭାରତ କ୍ଷୁଦ୍ରମଧ୍ୟମ ସମ୍ବାଦପତ୍ରର ରାଷ୍ଟ୍ରୀୟ ଉପସଭାପତି ଲକ୍ଷ୍ମୀ ନାରାୟଣ ମହାନ୍ତି, ସମ୍ପାଦକ ପୁରୁଷୋତ୍ତମ ବିଶ୍ୱାଳଙ୍କ ସହିତ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଯୋଗଦେଇ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଜୟନ୍ତୀ ଉତ୍ସବରେ ତ୍ରିଦୀପ୍‌ କୁମାର ନାୟକ, ବିନୋଦ ନାୟକ, ଶୁଭେନ୍ଦୁ କୁମାର ପଟ୍ଟନାୟକ, ପ୍ରଜ୍ଞା ପରମିତା ମହାନ୍ତି, ଗୌରାଙ୍ଗ ଚନ୍ଦ୍ର ପାଣିଗ୍ରାହୀ, ସତ୍ୟପ୍ରିୟ ମହାନ୍ତି, ନିରଞ୍ଜନ ପରିଡ଼ା, ଡ. ସୋମାପିକା ପରିଡ଼ା, ମନୋଜ କୁମାର ନାୟକ, ପ୍ରତାପ କେଶରୀ ଦାସ, ଅଜୟ କୁମାର ପାତ୍ର, ପିନାକୀ ଧିର, ସୁଧାଂଶୁ ଦାସ ପ୍ରମୁଖ ବିଶେଷ ଭାବରେ ସାମାଜିକ ସୁରକ୍ଷା ରକ୍ଷା କରି ମଧୁସୂଦନ ଦାସଙ୍କ ଗୁଣଗାରିମାକୁ ବଖାଣିଥିଲେ। ଶେଷରେ ସଭାପତି ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri