ନିରାଶ୍ରୟଙ୍କ ସାହାରା ସାଜିଲେ ଯୁବକ

ମାର୍ଶାଘାଇ, ୨୯।୩ (ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ କରାଯାଇଛି। ଓଷଧ, ପନିପରିବା, ମାଛ, ମାଂସ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲୁଥିବା ବେଳେ ଅନ୍ୟ ଦୋକାନ ସବୁ ବନ୍ଦ ରଖିବା ପାଇଁ ସରକାରୀ ନିର୍ଦ୍ଦେଶ ଜାରି କରାଯାଇଛି। ଏପରିସ୍ଥିତିରେ ସାଧାରଣ ଲୋକଙ୍କ ତୁଳନାରେ ମାନସିକ ବିକାରଗସ୍ତ ଓ ନିରାଶ୍ରୟ ଲୋକଙ୍କ ସମସ୍ୟା ବହୁଗୁଣିତ ହୋଇଯାଇଛି। ଏମାନେ ଜଳଖିଆ ଦୋକାନ ବା ହୋଟେଲରୁ ମାଗିଯାଚି ଖାଉଥିବା ବେଳେ ଏବେ ସବୁ ଦୋକାନ ବଜାର ବନ୍ଦ ଯୋଗୁ ଭୋକ ଉପାସରେ ଏମାନଙ୍କ ଦିନ କଟୁଛି। କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳର ଅନେକ ନିରାଶ୍ରୟ ଓ ମାନସିକ ବିକାରଗସ୍ତଙ୍କ ଭୋକିଲା ପେଟରେ ଦାନା ଗଣ୍ଡେ ଯୋଗାଇ ଦେବାକୁ ଆଗେଇ ଆସିଛନ୍ତି ସ୍ଥାନୀୟ ଯୁବକମାନେ। ମାର୍ଶାଘାଇ କେନାଲ ବ୍ରିଜ୍‌ ଅଞ୍ଚଳର କେତେଜଣ ଯୁବକ ନିଜ ଉଦ୍ୟମରେ ଏହି ନିରାଶ୍ରୟଙ୍କ ରନ୍ଧାଖାଦ୍ୟ ଯୋଗାଉଛନ୍ତି, ଯାହା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ୪ ଟି ବାଇକ୍‌ରେ ୮ ଜଣ ଯୁବକ କେନାଲ ବ୍ରିଜ୍‌ଠାରୁ ମହକାଳପଡ଼ାର ମଙ୍ଗଳପୁର ଛକ ଓ ରାମନଗର ପର୍ଯ୍ୟନ୍ତ ଯାଇ ଛକ ବଜାରରେ ଆଶ୍ରୟ ନେଇଥିବା ମାନସିକ ବିକାରଗସ୍ତ ଓ ଅସହାୟ ମଣିଷକୁ ଖାଦ୍ୟ ଓ ପାନୀୟ ଜଳ ଯୋଗାଉଛନ୍ତି। ଏହାଛଡ଼ା କେନାଲ ବ୍ରିଜଠାରୁ ଜାତୀୟ ରାଜପଥର ଛଘରିଆ ଛକ, କେନାଲ ବ୍ରିଜଠାରୁ ହଳଦିଆଗଡ଼ା, ନିଳାଞ୍ଚଳ ବଜାର ଛକ ସମେତ ପାଟକୁାରା ରାସ୍ତାର ବିଭିନ୍ନ ଛକ ବଜାରରେ ଥିବା ନିରାଶ୍ରୟଙ୍କୁ ଯୁବକମାନେ ଖାଦ୍ୟ ଯୋଗାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?