ନିର୍ଦ୍ଦେଶ ଅବମାନନା କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍‌ପେଣ୍ଡ

ଦାରିଙ୍ଗବାଡ଼ି,୧୯।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନ ବିଇଓଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ବୁଧବାର ସସ୍‌ପେଣ୍ଡ ହୋଇଛନ୍ତି। ବିଦ୍ୟାଳୟର ଦାୟିତ୍ୱ ହସ୍ତାନ୍ତର ନ କରିବା ସହ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ପାଇଁ ରହିଥିବା ବିଦ୍ୟାଳୟ ଆଇଡି ଏବଂ ପାସ୍‌ୱାର୍ଡ ପ୍ରଦାନରେ ଅବହେଳା ଯୋଗୁ ଏଭଳି ପଦକ୍ଷେପ ନିଆଯାଇଥିବା ଦାରିଙ୍ଗବାଡ଼ି ବିଇଓ ବ୍ରହ୍ମାନନ୍ଦ ରାଉତ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୨୦୧୮ରେ ବିଦ୍ୟାଳୟରେ ରହିଥିବା ୧ଶହ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଦାୟିତ୍ୱ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ହସ୍ତାନ୍ତର କରିବାରେ ଅବହେଳା ସହ ମଧ୍ୟାହ୍ନଭୋଜନର ହିସାବ ସହ ବିଭିନ୍ନ ରେକର୍ଡ଼ର ହିସାବ ଦେଇପାରିନଥିଲେ। ତତ୍କାଳ ବିଇଓ ପୁରେନ୍ଦ୍ର ବେହେରା ଏନେଇ ତାଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲେ। ୨ଥର ନୋଟିସ ସହ ଡ୍ରାଫ୍ଟଚାର୍ଜ କରିଥିଲେ ମଧ୍ୟ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିଥିବା ସମୀର ବିଇଓଙ୍କୁ ଉତ୍ତର ଦେଇନଥିଲେ। ଏବେକାର ବିଇଓ ବ୍ରହ୍ମାନନ୍ଦ ରାଉତ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ସହ ଡ୍ରାଫ୍ଟଚାର୍ଜ କରିଥିଲେ। ହେଲେ ସେ ଏଥିରେ କୌଣସି ଉତ୍ତର ରଖିନଥିଲେ। ଏହାର ସମାଧାନ ପାଇଁ ବିଇଓ ଶିକ୍ଷକ କଲ୍ୟାଣ ସଂଘର କର୍ମକର୍ତ୍ତାଙ୍କ ସହଯୋଗ ଲୋଡ଼ିଥିଲେ, ମାତ୍ର ସୁଫଳ ମିଳି ନ ଥିଲା। ଫଳରେ କନ୍ଧମାଳ ଜିଲା ଶିକ୍ଷା ଅଧିକାରୀ ବିକାଶ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ସସ୍‌ପେଣ୍ଡ କରାଯାଇଥିବା ବିଇଓ ରାଉତ କହିଛନ୍ତି। ଅନ୍ୟପକ୍ଷରେ ଗତ ୫ ବର୍ଷ ପୂର୍ବରୁ ସେଠାରେ ପ୍ରଧାନ ଶିକ୍ଷକ ଦାୟୀତ୍ୱରେ ରହିଥିବା ଉତ୍କଳ କେଶରୀ ବିବାର ସିଆରସିସି ହୋଇ ୫ବର୍ଷ କାମ କରି ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ପୁଣି ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଶିକ୍ଷକ ଭାବେ ଫେରିଲେ। ହେଲେ ଦାୟିତ୍ୱରେ ରହିଥିବା ସମୀର ତାଙ୍କୁ ଦାୟିତ୍ୱ ପ୍ରଦାନରେ ବିଳମ୍ବ କରିଥିଲେ ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri