ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍‌ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଓ ବାଦାମପାହାଡ ଗସ୍ତ କରି ସୋମବାର ଓ ମଙ୍ଗଳବାର ୨ ଦିନ ଧରି ଘଟଣାର ତଦନ୍ତ କରି ଫେରିଛନ୍ତି। କ୍ରାଇମବ୍ରାଞ୍ଚ ଟିମ ପୁରୁଣାପାଣି ଗ୍ରାମକୁ ଯାଇଥିଲେ। ବିନା ଦୋଷରେ ଜେଲ କାଟିଥିବା ସଞ୍ଜୟ ନାଏକ ଓ ତାଙ୍କ ବାପା ମଙ୍ଗଳ ନାଏକଙ୍କ ସମେତ କେତେକ ଗ୍ରାମବାସୀଙ୍କୁ ଭେଟି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ।
ଉଲ୍ଲେଖନୀୟ ଯେ, ପୁରୁଣାପାଣି ଗ୍ରାମର ସଞ୍ଜୟଙ୍କ ସ୍ତ୍ରୀ ରାଇମଣି ଘରୁ ଚାଲିଯାଇ କଟକର ଜଣେ ବ୍ୟକ୍ତିଙ୍କ ଘରେ ରହି କାମ କରୁଥିଲେ। ପରିବାର ଲୋକେ ତାଙ୍କ ସମ୍ପର୍କରେ କିଛି ସୁରାକ ପାଇ ନ ଥିଲେ। ଏହି ପରିପ୍ରେକ୍ଷୀରେ ଗତ ଏପ୍ରିଲ ୨୭ ତାରିଖରେ ପୁରୁଣାପଣି ଗ୍ରାମ ନିକଟ ପାହାଡପୁର ଜଙ୍ଗଲର ଏକ ସ୍ଥାନରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା। ବାଦାମପାହାଡ ପୋଲିସ ସେଠାକୁ ଆସି ତଦନ୍ତ କରିଥିଲା। ନିଖୋଜ ରାଇମଣିଙ୍କୁ ସ୍ବାମୀ ସଞ୍ଜୟ ଓ ଶ୍ୱଶୁର ମଙ୍ଗଳ ମିଶି ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ସନ୍ଦେହ କରି ପୋଲିସ ସେମାନଙ୍କୁ ଗିରଫ କରିଥିଲା। ଘଟଣାର କିଛି ଦିନ ପରେ ରାଇମଣି ଜୀବିତାବସ୍ଥାରେ ଘରକୁ ଫେରିବାରୁ ଏହା ସାଧାରଣରେ ଆଲୋଡନ ସୃଷ୍ଟି କରିଥିଲା। ବିନା ଦୋଷରେ ରାଇମଣିଙ୍କ ସ୍ବାମୀ ଓ ଶ୍ୱଶୁରଙ୍କୁ ପୋଲିସ ଗିରଫ କରିବା ଘଟଣା ନେଇ ନାନା ପ୍ରଶ୍ନ ଉଠିଥିଲା। ପରେ ସଞ୍ଜୟ ଓ ମଙ୍ଗଳ ଜେଲରୁ ଖଲାସ ହୋଇଥିଲେ। ରାଜ୍ୟ ସରକାର ଏହି ଘଟଣାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚକୁ ଦାୟିତ୍ୱ ଦେଇଥିଲେ। ଏଠାକୁ ଆସିଥିବା କ୍ରାଇମବ୍ରାଞ୍ଚ ଟିମ ପରେ ଅତିରିକ୍ତ ଏସପି ଅମୂଲ୍ୟ କୁମାର ଧର, ରାଇରଙ୍ଗପୁର ଏସଡିପିଓ ଅଶୋକ କୁମାର ପଟ୍ଟନାୟକ ଏବଂ ଥାନା ଅଧିକାରୀଙ୍କୁ ଭେଟି ଥାନା ରେକର୍ଡପତ୍ର ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri